Posted inଜାତୀୟ

ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୯: ମୁମ୍ବାଇ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଦେଶର ବଡ ଶିଳ୍ପପତିମାନଙ୍କ ମଧ୍ୟରେ ସାଇରସ ଥିଲେ ଅନ୍ୟତମ। ତାଙ୍କର ହଠାତ୍‌ ମୃତ୍ୟୁ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଘଟଣାରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ସାଇରସ ମିସ୍ତ୍ରୀଙ୍କ ଅକାଳ ବିୟୋଗ ଆଶ୍ଚର୍ଯ୍ୟଜନକ। ସେ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ, ଯିଏ ଭାରତର ଆର୍ଥିକ ଶକ୍ତି ଉପରେ ବିଶ୍ୱାସ କରୁଥିଲେ। ତାଙ୍କ ମୃତ୍ୟୁ ବାଣିଜ୍ୟ ଏବଂ ଶିଳ୍ପ ପାଇଁ ଏକ ବଡ଼ କ୍ଷତି। ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରୁଛି।
ସେହିପରି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ମଧ୍ୟ ଏହି ଦୁର୍ଘଟଣା ଖବର ପାଇଁ ଚକିତ ହୋଇପଡିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ଏହି ଖବର ହଜମ କରିବା କଷ୍ଟକର। ଟାଟା ସନ୍ସର ମୁଖ୍ୟ ଭାବରେ ତାଙ୍କର ସଂକ୍ଷିପ୍ତ କାର୍ଯ୍ୟ ସମୟରେ ମୁଁ ସାଇରସଙ୍କୁ ଭଲଭାବେ ଜାଣିଥିଲି। ସେ ଜଣେ ଭଲ ବ୍ୟକ୍ତି। ଓମ୍‌ ଶାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri