Posted inଜାତୀୟ

ସର୍ବଦଳୀୟ ବୈଠକରେ ଯୋଗ ଦେଲେନି ପ୍ରଧାନମନ୍ତ୍ରୀ, ଏଏପି କଲା ବହିଷ୍କାର…

ନୂଆଦିଲ୍ଲୀ,୨୮।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରବିବାର ଡକାଯାଇଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକରେ ଯୋଗଦେଇ ନାହାନ୍ତି।

କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ, ଆଧୀର ରଞ୍ଜନ ଚୌଧୁରୀ, ଆନନ୍ଦ ଶର୍ମା, ତୃଣମୂଳ କଂଗ୍ରେସର ସୁଦୀପ ବାନାର୍ଜୀ, ଡେରେକ ଓ’ବ୍ରାଇନ, ଡିଏମକେର ଟିଆର ବାଲୁ, ଟି ଶିବା ଏବଂ ଏନସିପିର ଶରଦ ପାୱାର ବୈଠକରେ ଯୋଗ ଦେଇଥିଲେ।

ବୈଠକରେ ସରକାରଙ୍କ ସମ୍ମୁଖରେ ତୃଣମୂଳ କଂଗ୍ରେସ ପକ୍ଷରୁ ୧୦ଟି ପ୍ରସଙ୍ଗ ଉଠିଥିଲା। ସେସବୁ ପ୍ରସଙ୍ଗଗୁଡ଼ିକ ହେଉଛି ବେକାରୀ, ଇନ୍ଧନ ମୂଲ୍ୟ ଏବଂ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି, ଆଇନରେ ଏମଏସପି ଅନ୍ତର୍ଭୂକ୍ତ କରିବା, ଲାଭଜନକ ପିଏସ୍‌ୟୁ ଗୁଡ଼ିକରେ ନିବେଶକୁ ବନ୍ଦ କରିବା, ବିଏସଏଫର ଅଧିକାର କ୍ଷେତ୍ର, ପେଗାସସ ପ୍ରସଙ୍ଗ, କରୋନା ପରିସ୍ଥିତି, ମହିଳା ସଂରକ୍ଷଣ ବିଲ ଏବଂ ଡୁ ନୋଟ୍‌ ବୁଲଡୋଜ ବିଲ ଆଦି।

ଆମ ଆଦମୀ ପାର୍ଟି (ଏଏପି)ର ଏମ୍‌ପି ସଞ୍ଜୟ ସିଂ ସର୍ବଦଳୀୟ ବୈଠକକୁ ବହିଷ୍କାର କରି ନିଜ ସ୍ଥାନରୁ ଉଠି ପଳାଇଥିଲେ। ସଞ୍ଜୟ ସିଂ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ସର୍ବସମ୍ମତ ସଂସଦରେ କିମ୍ବା ସର୍ବଦଳୀୟ ବୈଠକରେ କିଛି କହିବାକୁ ଦିଆଯାଉ ନାହିଁ। ସଞ୍ଜୟ ସିଂ କହିଛନ୍ତି ଯେ ସର୍ବଦଳୀୟ ବୈଠକରେ ସରକାର ତାଙ୍କୁ କଥା ହେବାକୁ ଦେଇନାହାଁନ୍ତି। ସେ କହିଛନ୍ତି ଯେ ସେ ଏମଏସପି ଗ୍ୟାରେଣ୍ଟି ଆଇନକୁ ଆଣିବା ଏବଂ ବିଏସଏଫ ପ୍ରାଧିକରଣର ପ୍ରସଙ୍ଗକୁ ସଂସଦ ଅଧିବେଶନରେ ଆଣିବା ପ୍ରସଙ୍ଗ ଉଠାଇଛନ୍ତି। ମାତ୍ର ତାଙ୍କୁ ସର୍ବଦଳୀୟ ବୈଠକରେ କହିବାକୁ ଅନୁମତି ଦିଆଯାଇ ନାହିଁ।

ସଂସଦର ଶୀତକାଳୀନ ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଚର୍ଚ୍ଚା ହେଉଛି। ସରକାର ତିନି ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ପାଇଁ ଏକ ବିଲ ଆଗତ କରିବେ ବୋଲି ଆଶା କରାଯାଉଛି। ଏହି ବିଲ ଉପରେ ସପକ୍ଷରେ ତଥା ବିରୋଧର ଆଲୋଚନା ହୋଇପାରେ। ଏହି ଆଇନ ପ୍ରତ୍ୟାହାର ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଘେରିବାକୁ ଚେଷ୍ଟା କରୁଥିବାବେଳେ ବିରୋଧୀଦଳ ଉଠାଇଥିବା ପ୍ରସଙ୍ଗଗୁଡ଼ିକର ସନ୍ତୁଳିତ ଉତ୍ତର ଦେବା ସରକାରଙ୍କ ପକ୍ଷରୁ ଏକ ପ୍ରୟାସ ହେବ।
ସଂସଦର ଏହି ଅଧିବେଶନରେ ବିରୋଧୀମାନେ ପେଗାସସ ସ୍ପାଏୱେୟାର ସହିତ ଫୋନ ଟ୍ୟାପ ପ୍ରସଙ୍ଗ ମଧ୍ୟ ଉଠାଇବା ଲାଗି ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri