Posted inଜାତୀୟ

କୁଲୁ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

କୁଲୁ,୨୬।୯: ହିମାଚଳ ପ୍ରଦେଶର କୁଲୁରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୩ଜଣ ଆଇଆଇଟି ଛାତ୍ରଙ୍କ ସମେତ ୭ଜଣ ପର୍ଯ୍ୟଟକଙ୍କ ମତ୍ୟୁ ଘଟିଛି। ଅନ୍ୟ ୧୦ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏହା ସହିତ ଆହତମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ କହିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

ସୂଚନା ମୁତାବକ, କୁଲୁର ବଞ୍ଜାର ଉପତ୍ୟକାର ଘିଆଗି ଅଞ୍ଚଳରୁ ଏକ ଟେମ୍ପୋରେ ୧୭ ଜଣ ପର୍ଯ୍ୟଟନଙ୍କୁ ଧରି ଶିଖରରୁ ଓହ୍ଲାଇଉଥିବା ବେଳେ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୦ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସ୍ଥାନୀୟ ଭାଜପା ବିଧାୟକ ସୁରେନ୍ଦ୍ର ଶୈଳୀ ଫେସବୁକ ଲାଇଭରେ ଦୁର୍ଘଟଣା ସମ୍ପର୍କରେ ପ୍ରଥମେ ସୂଚନା ଦେଇଥିଲେ। ଉକ୍ତ ଟେମ୍ପୋରେ ରାଜସ୍ଥାନ, ମଧ୍ୟପ୍ରଦେଶ, ହରିୟାଣା ଓ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟର ପର୍ଯ୍ୟଟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ  ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ 

ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ ।  ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।  ବାଲେଶ୍ବର ଜିଲା ସିଂଲା…

ନଦୀ ପାରିହୋଇ ଗ୍ରାମବାସୀଙ୍କ ଦୁଃଖ ବୁଝିଲେ ଜିଲାପାଳ

ନନ୍ଦପୁର,୨୭।୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ଶୁକ୍ରବାର ନନ୍ଦପୁର ବ୍ଲକର ରାଇସିଂ ପଞ୍ଚାୟତ ବାସକୀ ନଦୀ ପାରିହୋଇ ଦେବଷଣ୍ଢଗୁଡା ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରି…

Thalapathy Vijayଙ୍କୁ ଝଟ୍‌କା, ଅବୈଧ ସମ୍ପର୍କ ଅଭିଯୋଗରେ ସ୍ତ୍ରୀ ଦେବେ ଛାଡପତ୍ର!

ମୁମ୍ୱାଇ: ତାମିଲ ସିନେମା ସୁପରଷ୍ଟାର ଥାଲାପତି ବିଜୟଙ୍କ ଜୀବନରେ ବଡ଼ ବିପତ୍ତି ମାଡ଼ି ଆସିଛି। ପ୍ରଥମେ ତାଙ୍କ ଫିଲ୍ମକୁ ନେଇ ବିବାଦ ଲାଗି ରହିଥିଲା, ଏବଂ ଏବେ…

ବାରମ୍ୱାର ଟ୍ରାଫିକ ନିୟମ ଭାଙ୍ଗୁଛନ୍ତି କି? ସରକାର ଆଣିଲେ କଡ଼ା ନିୟମ…

ନୂଆଦିଲ୍ଲୀ,୨୭।୨: ଏହି ଖବର ଗାଡି ଚାଳନା ନିୟମକୁ ହାଲୁକା ଭାବରେ ନେଉଥିବା ଯେକୌଣସି ବ୍ୟକ୍ତିଙ୍କ ପାଇଁ ଏକ ଗମ୍ଭୀର ଚେତାବନୀ। ଏବେ, ଗାଡି ଚାଳନା କେବଳ ଷ୍ଟିଅରିଂ…

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ…

ସେମିଫାଇନାଲରେ କେଉଁ ଦଳ ସହିତ ମୁକାବିଲା କରିବ ଭାରତ? ସମ୍ପୂର୍ଣ୍ଣ ସମୀକରଣ ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଦଳ ମାର୍ଚ୍ଚ ୧ ତାରିଖରେ ଜିମ୍ବାୱେ ବିପକ୍ଷରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ତାର ଶେଷ ମ୍ୟାଚ ଖେଳିବ। ଯଦି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri