Odisha Elections 2024
Posted inଜାତୀୟ

କାମିୟାଙ୍କୁ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁଟ୍ୟୁବର କାମିୟା ଜାନିଙ୍କୁ ପ୍ରଥମ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଇଛନ୍ତି। ୩୨ ବର୍ଷୀୟା କାମିୟା ହେଉଛନ୍ତି, ସେହି ୟୁଟ୍ୟୁବର, ଯାହାଙ୍କ ପୁରୀ ଶ୍ରୀମନ୍ଦିରରେ ପ୍ରବେଶକୁ ନେଇ କିଛି ମାସ ତଳେ ବିବାଦ ସୃଷ୍ଟି ହୋଇଥିଲା। ଭାଜପା ତାଙ୍କୁ ଜଣେ ଗୋମାଂସ ଭକ୍ଷକ ବୋଲି ଅଭିହିତ କରି ଓଡ଼ିଶାର ଶାସକ ବିଜେଡିକୁ ଟାର୍ଗେଟ କରିଥିଲା। ତେବେ କାମିୟା ବିଫ୍‌ ଖାଆନ୍ତି ନାହିଁ ବୋଲି ପରବର୍ତ୍ତୀ ସମୟରେ ଏକ ଭିଡିଓ ଜାରି କରି ସଫେଇ ଦେଇଥିଲେ।
୧୯୮୮ରେ ମୁମ୍ବାଇରେ ଜନ୍ମିତ କାମିୟା ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ବେଷ୍ଟ୍‌ ଟ୍ରାଭେଲ କ୍ରିଏଟର ଆଓ୍ବାର୍ଡ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଦେଶବ୍ୟାପୀ ମନ୍ଦିର ପ୍ରତିଷ୍ଠା କରିଥିବାରୁ ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି। ସାମାଜିକ ପରିବର୍ତ୍ତନ, ପରିବେଶ, ଶିକ୍ଷା ଓ ଗେମିଂ ଭଳି କ୍ଷେତ୍ରରେ ସୃଜନଶୀଳତାକୁ ସକାରାମତ୍କ ରୂପ ଦେବାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଭାରତୀୟଙ୍କୁ ସ୍ବୀକୃତି ପ୍ରଦାନ ପାଇଁ ଏହି ପୁରସ୍କାର ଆରମ୍ଭ କରାଯାଇଛି। ୨୦ଟି ବର୍ଗରେ ୧.୫ ଲକ୍ଷ ନାମାଙ୍କନ କରାଯାଇଥିଲା। ଡିଜିଟାଲ କ୍ରିଏଟର୍ସ ବର୍ଗରେ ୧୦ ଲକ୍ଷ ଭୋଟ ପଡ଼ିଥିଲା। ଏହା ପରେ ୩ ଅନ୍ତର୍ଜାତୀୟ କ୍ରିଏଟରଙ୍କ ସମେତ ୨୩ ଜଣଙ୍କୁ ବିଜେତା ଭାବେ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିତିଲେ ସିବଲ, ସୁପ୍ରିମକୋର୍ଟ ବାର ଆସୋସିଏଶନର ଅଧ୍ୟକ୍ଷ ହେଲେ କପିଲ ସିବଲ

ନୂଆଦିଲ୍ଲୀ,୧୬।୫: ବରିଷ୍ଠ ଓକିଲ କପିଲ ସିବଲ ସୁପ୍ରିମକୋର୍ଟ ବାର ଆସୋସିଏସନର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର (୧୬ ମେ’) ରେ ଅନୁଷ୍ଠିତ ନିର୍ବାଚନରେ କପିଲ...

ସୋସିଆଲ ମିଡିଆରେ କଂଗ୍ରେସ ହିଟ! କଂଗ୍ରେସର ମନିଫେଷ୍ଟୋକୁ ୮୮ ଲକ୍ଷଥର କରାଯାଇଛି ଡାଉନଲୋଡ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ କେବଳ ମଇଦାନରେ କରାଯାଉନାହିଁ, ସୋସିଆଲ ମିଡିଆ ମଧ୍ୟ ଏହାର ପ୍ରଚାର ପାଇଁ ଏକ ପ୍ରମୁଖ ମାଧ୍ୟମ...

ଗୋଟିଏ ମଞ୍ଚରେ ଏକାଠି ନଜର ଆସିବେ ମୋଦି-ରାଜ ଠାକରେ

ମୁମ୍ବାଇ,୧୬।୫: ଭାଜପା ଏହାର ସହଯୋଗୀ ତଥା ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କ ସହ ମହାରାଷ୍ଟ୍ରର ଅବଶିଷ୍ଟ ୧୩ ଟି ସିଟ ଉପରେ ବାଜି ଲଗାଇବାକୁ ପ୍ରସ୍ତୁତ ହେଉଛି।...

କୋଭିଶିଲ୍ଡ ଟିକାର ମାରାତ୍ମକ ରକ୍ତଜମାଟ ପ୍ରତିକ୍ରିୟା ଭିଆଇଟିଟି

ନୂଆଦିଲ୍ଲୀ,୧୬ା୫ : ଆଷ୍ଟ୍ରାଜେନିକା କମ୍ପାନୀ ଏହାର କୋଭିଶିଲ୍ଡ ଟିକାକୁ ସାରା ବିଶ୍ୱରୁ ପ୍ରତ୍ୟାହାର କରିନେବାର ସପ୍ତାହେ ପରେ ଏହାର ଅନ୍ୟ ଏକ ମାରାତ୍ମକ ପାର୍ଶ୍ୱ ପ୍ରତିକ୍ରିୟା...

କାଳବୈଶାଖୀ ନେଲା ୧୧ ଜୀବନ

କୋଲକାତା,୧୬।୫: ଗୁରୁବାର ପଶ୍ଚିମବଙ୍ଗର ମାଲଦାଠାରେ ପ୍ରକୃତି ତାଣ୍ଡବ ରଚିଛି। ବାତ୍ୟା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ଯେଉଁଥିରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର...

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା...

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି...

ପୋଲିସକୁ ବୟାନ ଦେଲେ ଶ୍ୱାତି ମାଲିଓ୍ବାଲ, କହିଲେ ସମ୍ପୂର୍ଣ୍ଣ ଘଟଣାକ୍ରମ

ନୂଆଦିଲ୍ଲୀ,୧୬।୫: ଦୀର୍ଘ ସମୟର ଅପେକ୍ଷା କରିବା ପରେ ରାଜ୍ୟ ସଭା ଏମପି ଶ୍ୱାତି ମାଲିୱାଲ ଶେଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ନିକଟରେ ତାଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri