Posted inଜାତୀୟ

କାମିୟାଙ୍କୁ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁଟ୍ୟୁବର କାମିୟା ଜାନିଙ୍କୁ ପ୍ରଥମ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଇଛନ୍ତି। ୩୨ ବର୍ଷୀୟା କାମିୟା ହେଉଛନ୍ତି, ସେହି ୟୁଟ୍ୟୁବର, ଯାହାଙ୍କ ପୁରୀ ଶ୍ରୀମନ୍ଦିରରେ ପ୍ରବେଶକୁ ନେଇ କିଛି ମାସ ତଳେ ବିବାଦ ସୃଷ୍ଟି ହୋଇଥିଲା। ଭାଜପା ତାଙ୍କୁ ଜଣେ ଗୋମାଂସ ଭକ୍ଷକ ବୋଲି ଅଭିହିତ କରି ଓଡ଼ିଶାର ଶାସକ ବିଜେଡିକୁ ଟାର୍ଗେଟ କରିଥିଲା। ତେବେ କାମିୟା ବିଫ୍‌ ଖାଆନ୍ତି ନାହିଁ ବୋଲି ପରବର୍ତ୍ତୀ ସମୟରେ ଏକ ଭିଡିଓ ଜାରି କରି ସଫେଇ ଦେଇଥିଲେ।
୧୯୮୮ରେ ମୁମ୍ବାଇରେ ଜନ୍ମିତ କାମିୟା ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ବେଷ୍ଟ୍‌ ଟ୍ରାଭେଲ କ୍ରିଏଟର ଆଓ୍ବାର୍ଡ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଦେଶବ୍ୟାପୀ ମନ୍ଦିର ପ୍ରତିଷ୍ଠା କରିଥିବାରୁ ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି। ସାମାଜିକ ପରିବର୍ତ୍ତନ, ପରିବେଶ, ଶିକ୍ଷା ଓ ଗେମିଂ ଭଳି କ୍ଷେତ୍ରରେ ସୃଜନଶୀଳତାକୁ ସକାରାମତ୍କ ରୂପ ଦେବାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଭାରତୀୟଙ୍କୁ ସ୍ବୀକୃତି ପ୍ରଦାନ ପାଇଁ ଏହି ପୁରସ୍କାର ଆରମ୍ଭ କରାଯାଇଛି। ୨୦ଟି ବର୍ଗରେ ୧.୫ ଲକ୍ଷ ନାମାଙ୍କନ କରାଯାଇଥିଲା। ଡିଜିଟାଲ କ୍ରିଏଟର୍ସ ବର୍ଗରେ ୧୦ ଲକ୍ଷ ଭୋଟ ପଡ଼ିଥିଲା। ଏହା ପରେ ୩ ଅନ୍ତର୍ଜାତୀୟ କ୍ରିଏଟରଙ୍କ ସମେତ ୨୩ ଜଣଙ୍କୁ ବିଜେତା ଭାବେ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri