Posted inଜାତୀୟ

୭୫,୦୦୦ ହିତାଧିକାରୀଙ୍କୁ ଘର ଚାବି ଦେଲେ ପ୍ରଧାନମନ୍ତ୍ରୀ…

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ୭୫ ଜିଲାର ୭୫,୦୦୦ହିତାଧିକାରୀଙ୍କୁ ସେମାନଙ୍କ ପାଇଁ ନିର୍ମାଣ କରାଯାଇଥିବା ଘର ଚାବି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ଗରିବ ଖଟିଖିଆଙ୍କ ପାଇଁ ନିର୍ମିତ ହୋଇଥିବା ଘର ସେମାନଙ୍କୁ ପ୍ରଦାନ କରାଯାଇଛି। ଇତିମଧ୍ୟରେ ରାଜ୍ୟରେ ୮.୮ ଲକ୍ଷ ଲୋକଙ୍କୁ ବାସ ଗୃହ ଯୋଗାଇ ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ରାଜ୍ୟରେ ଗରିବଙ୍କୁ ୧୭.୩ ଲକ୍ଷ ଘର ଯୋଗାଇ ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି।
ପ୍ରଧାନମନ୍ତ୍ରୀ ଲକ୍ଷ୍ନୌ ସ୍ଥିତ ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ ଆଧୁନିକ ଆବାସିକ ନିର୍ମାଣ ଜ୍ଞାନକୌଶଳ ପ୍ରଦର୍ଶନୀ ବୁଲି ଦେଖିବା ସହିତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରୀୟ ମନ୍ତ୍ରୀ ହରଦୀପ୍‌ ସିଂ ପୁରି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ମାର୍ଟ ସିଟି ପରିଯୋଜନା ଅନ୍ତର୍ଗତ ୧୫୩୭.୦୨ କୋଟି ଟଙ୍କାର ୧୫ଟି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ସେହିପରି ୧୨୫୬.୨୨ କୋଟି ଟଙ୍କାର ୩୦ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଅମୃତ ଯୋଜନା ଅନ୍ତର୍ଗତ ୫୦୨.୨୪ କୋଟିର ୧୭ ଟି ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ କରିବା ସହିତ ୧୪୪୧.୭୦ କୋଟି ଟଙ୍କାର ୧୩ ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସହର ବିକାଶ ସର୍ମ୍ପକିତ ୭୫ଟି କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ୧୫୦ଟି ବିଦ୍ୟୁତ୍‌ ଚାଳିତ ସିଟି ବସ୍‌ର ଶୁଭାରମ୍ଭ ପତାକା ଦେଖାଇ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri