Posted inଜାତୀୟ

୭୫,୦୦୦ ହିତାଧିକାରୀଙ୍କୁ ଘର ଚାବି ଦେଲେ ପ୍ରଧାନମନ୍ତ୍ରୀ…

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ୭୫ ଜିଲାର ୭୫,୦୦୦ହିତାଧିକାରୀଙ୍କୁ ସେମାନଙ୍କ ପାଇଁ ନିର୍ମାଣ କରାଯାଇଥିବା ଘର ଚାବି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ଗରିବ ଖଟିଖିଆଙ୍କ ପାଇଁ ନିର୍ମିତ ହୋଇଥିବା ଘର ସେମାନଙ୍କୁ ପ୍ରଦାନ କରାଯାଇଛି। ଇତିମଧ୍ୟରେ ରାଜ୍ୟରେ ୮.୮ ଲକ୍ଷ ଲୋକଙ୍କୁ ବାସ ଗୃହ ଯୋଗାଇ ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ରାଜ୍ୟରେ ଗରିବଙ୍କୁ ୧୭.୩ ଲକ୍ଷ ଘର ଯୋଗାଇ ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି।
ପ୍ରଧାନମନ୍ତ୍ରୀ ଲକ୍ଷ୍ନୌ ସ୍ଥିତ ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ ଆଧୁନିକ ଆବାସିକ ନିର୍ମାଣ ଜ୍ଞାନକୌଶଳ ପ୍ରଦର୍ଶନୀ ବୁଲି ଦେଖିବା ସହିତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରୀୟ ମନ୍ତ୍ରୀ ହରଦୀପ୍‌ ସିଂ ପୁରି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ମାର୍ଟ ସିଟି ପରିଯୋଜନା ଅନ୍ତର୍ଗତ ୧୫୩୭.୦୨ କୋଟି ଟଙ୍କାର ୧୫ଟି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ସେହିପରି ୧୨୫୬.୨୨ କୋଟି ଟଙ୍କାର ୩୦ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଅମୃତ ଯୋଜନା ଅନ୍ତର୍ଗତ ୫୦୨.୨୪ କୋଟିର ୧୭ ଟି ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ କରିବା ସହିତ ୧୪୪୧.୭୦ କୋଟି ଟଙ୍କାର ୧୩ ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସହର ବିକାଶ ସର୍ମ୍ପକିତ ୭୫ଟି କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ୧୫୦ଟି ବିଦ୍ୟୁତ୍‌ ଚାଳିତ ସିଟି ବସ୍‌ର ଶୁଭାରମ୍ଭ ପତାକା ଦେଖାଇ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri