Posted inଜାତୀୟ

ମଲ୍ଲିକାର୍ଜୁନଙ୍କ ସହିତ ମଧ୍ୟାହ୍ନ ଭୋଜନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୦।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସଂସଦରେ ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଛନ୍ତି। ଏହି ସମୟରେ ସେମାନଙ୍କୁ ବାଜରାରେ ପ୍ରସ୍ତୁତ ଡିସ ପରସା ଯାଇଥିଲା । ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଲେଖିଛନ୍ତି, ଆମେ ୨୦୨୩ ବର୍ଷକୁ ଅନ୍ତର୍ଜାତୀୟ ମିଲେଟ ବର୍ଷ ଭାବରେ ପାଳନ କରିବାକୁ ପ୍ରସ୍ତୁତ ହେଉଛୁ। ସଂସଦରେ ମଧ୍ୟାହ୍ନ ଭୋଜନ ପାଇଁ ଆମକୁ ମିଲେଟ ଡିସ ପରସା ଯାଇଥିଲା। ପାର୍ଟି ଲାଇନରୁ ଦୂରେଇ ସମସ୍ତ ରାଜନୈତିକ ଦଳ ଏଥିରେ ଅଂଶ ଗ୍ରହଣ କରିଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ପ୍ରାୟ ଚାଳିଶ ମିନିଟ ଏହି କାର୍ଯ୍ୟକ୍ରମରେ ରହିଥିଲେ। ଭୋଜନ ସମୟରେ କୃଷି ମନ୍ତ୍ରୀ ନରେନ୍ଦ୍ର ତୋମାର, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବ ଗୌଡା ପ୍ରଧାନମନ୍ତ୍ରୀଙ୍କ ସହ ବସିଥିଲେ। କୃଷ ରାଷ୍ଟ୍ର ମନ୍ତ୍ରୀ ଶୋଭା କରନ୍ଦଲାଜେ କହିଛନ୍ତି, ଆମେ ବାଜରା ଏବଂ ରାଗିରେ ତିଆରି ରୋଟି ଏବଂ ମିଠା ସହିତ ଖାଦ୍ୟ ପ୍ରସ୍ତୁତ କରିଥିଲୁ। ଯେଉଁଥିପାଇଁ କର୍ନାଟକରୁ ରୋଷେୟାମାନଙ୍କୁ ସ୍ବତନ୍ତ୍ର ଭାବେ ଅଣାଯାଇଥିଲା। ମୁଁ ଖୁସି ଯେ ପ୍ରଧାନମନ୍ତ୍ରୀ ଏଠାରେ ତାଙ୍କ ଭୋଜନକୁ ଉପଭୋଗ କରିଥିଲେ।

ପ୍ରସ୍ତୁତ ହୋଇଥିବା ଖାଦ୍ୟରେ ବାଜରା ଖେଚୁଡ଼ି, ରାଗି ଦୋସା, ରାଗି ରୋଟି, ବାଜରା ରୋଟି ଆଦି ଥିଲା। ମିଠା ଖାଦ୍ୟରେ ବାଜରା କ୍ଷୀରି, ବାଜରା କେକ ଇତ୍ୟାଦି ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri