Categories: ଜାତୀୟ

ମୁମ୍ବାଇ ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ କେତେକ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସେହିପରି ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ପ୍ରଦାନ କରାଯାଇଛି।

Share