Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଆତଙ୍କବାଦୀଙ୍କ ଟାର୍ଗେଟ୍‌, ମିଳିଲା ଗୁପ୍ତ ସୂଚନା …

ନୂଆଦିଲ୍ଲୀ, ୧୮।୧ : ସାଧାରଣତନ୍ତ୍ର ଦିବସରେ ଏକ ସମ୍ଭାବ୍ୟ ଆତଙ୍କବାଦୀ ଷଡଯନ୍ତ୍ର ବିଷୟରେ ଗୁପ୍ତଚର ସଂସ୍ଥାଗୁଡ଼ିକୁ ସତର୍କ ସୂଚନା ମିଳିଛିି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଜୀବନ ବିପଦରେ ଥିବା କୁହାଯାଇଛି।

ରିପୋର୍ଟ ଅନୁଯାୟୀ, ସାଧାରଣତନ୍ତ୍ର ଦିବସ ପାଳନ ଉତ୍ସବରେ ଯୋଗଦେବାକୁ ଥିବା ପ୍ରଧାନମନ୍ତ୍ରୀ ମୋଦି ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିବା ନେଇ ୯ ପୃଷ୍ଠାର ରିପୋର୍ଟ ଜାରି ହୋଇଛି।

ସାଧାରଣତନ୍ତ୍ର ଦିବସରେ କାଜାଖସ୍ତାନ, କିର୍ଗିଜସ୍ଥାନ, ତାଜିକିସ୍ତାନ, ତୁର୍କମେନିସ୍ତାନ ଏବଂ ଉଜବେକିସ୍ତାନ ଆଦି ପାଞ୍ଚଟି ମଧ୍ୟ ଏସୀୟ ଦେଶର ନେତା ମୁଖ୍ୟ ଅତିଥି ଭାବରେ ଆମନ୍ତ୍ରିତ ହେବେ। ଗୁପ୍ତ ସୂଚନାରେ କୁହାଯାଇଛି ଯେ ଏହି ଷଡ଼ଯନ୍ତ୍ରରେ ପାକିସ୍ତାନ/ଆଫଗାନିସ୍ତାନ-ପାକିସ୍ତାନ ବାହାରର ଆତଙ୍କବାଦୀ ସଂଗଠନର ଅନ୍ତର୍ଭୁକ୍ତି ରହିଛି।

ରିପୋର୍ଟ ଅନୁଯାୟୀ, ବଡ ବ୍ୟକ୍ତିତ୍ୱଙ୍କୁ ଟାର୍ଗେଟ କରିବା, ଜନସମାବେଶ, ଗୁରୁତ୍ୱପୂର୍ଣ୍ଣ ପ୍ରତିଷ୍ଠାନ ତଥା ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ଅଶାନ୍ତି ସୃଷ୍ଟି କରିବା ହେଉଛି ଆତଙ୍କବାଦୀ ସଂଗଠନର ଉଦ୍ଦେଶ୍ୟ। ଡ୍ରୋନ ସହିତ ଆକ୍ରମଣ କରିବାକୁ ମଧ୍ୟ ଚେଷ୍ଟା କରାଯାଇପାରେ ବୋଲି ଏହି ଇନପୁଟରେ କୁହାଯାଇଛି।

ଆତଙ୍କବାଦୀ ଷଡ଼ଯନ୍ତ୍ର ପଛରେ ଲଶ୍କର-ଇ-ତୋଏବା, ଦ ରେଜିଷ୍ଟାନ୍ସ ଫୋର୍ସ, ଜୈଶ-ଇ-ମହମ୍ମଦ, ହରକତ-ଉଲ-ମୁଜାହିଦ୍ଦିନ ଏବଂ ହିଜବ-ଉଲ-ମୁଜାହିଦ୍ଦିନ ଭଳି ଆତଙ୍କବାଦୀ ସଂଗଠନର ସମ୍ପୃକ୍ତି ରହିଛି।

ପଞ୍ଜାବରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଁ ଖାଲିସ୍ତାନୀ କ୍ୟାଡରଙ୍କୁ ଏକତ୍ରିତ କରିବା ଲାଗି
ପାକିସ୍ତାନରେ ଅବସ୍ଥିତ ଖାଲିସ୍ତାନୀ ଗୋଷ୍ଠୀ ଉଦ୍ୟମ ଜାରି ରଖିଛନ୍ତି ବୋଲି ଇନପୁଟ ଉଲ୍ଲେଖ କରାଯାଇଛି। ଆତଙ୍କବାଦୀମାନେ ପଞ୍ଜାବ ସମେତ ଅନ୍ୟାନ୍ୟ ରାଜ୍ୟରେ ମଧ୍ୟ ଆକ୍ରମଣ ଯୋଜନା କରୁଛନ୍ତି।

ଫେବୃଆରୀ ୨୦୨୧ ରେ ପ୍ରାପ୍ତ ଇନପୁଟ ଅନୁଯାୟୀ, ଖାଲିସ୍ତାନୀ ଆତଙ୍କବାଦୀ ଗୋଷ୍ଠୀ ପ୍ରଧାନମନ୍ତ୍ରୀଙ୍କୁ ବୈଠକ ଏବଂ ପର୍ଯ୍ୟଟନସ୍ଥଳୀ ଉପରେ ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri