Posted inଜାତୀୟ

ମହାମାରୀ ଲଢ଼େଇରେ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ, କହିଲେ ନଡ୍ଡା…

ନୂଆଦିଲ୍ଲୀ,୭।୧୧: ଭାରତୀୟ ଜନତା ପାର୍ଟି ଭାଜପାର ଜାତୀୟ କାର୍ଯ୍ୟକାରିଣୀ ଦିଲ୍ଲୀରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଲାଲକୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀଙ୍କ ସମେତ ସମସ୍ତ ବଡ ନେତା ଏହି ବୈଠକରେ ଯୋଗ ଦେଇଛନ୍ତି। ଏହି ବୈଠକରେ ଜେ.ପି ନଡ୍ଡା ପ୍ରଧାନମନ୍ତ୍ରୀ ମୋଦିିଙ୍କୁ ପ୍ରଶଂସା କରିଛନ୍ତି।

ସେ କହିଛନ୍ତି ଯେ, ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ସାହସିକ ପଦକ୍ଷେପ ନେଇଛନ୍ତି ଯାହା ଅର୍ଥନୀତି ଲାଗି ବୋ ଉପଯୋଗୀ ସାବ୍ୟସ୍ତ ହୋଇଛି। ମହାମାରୀ ଲଢ଼େଇରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ ଭଳି କଠୋର ନିଷ୍ପତ୍ତି ନେଇଛନ୍ତି। ଲକ୍‌ଡାଉନ ହେବାର ତିନି ମାସ ମଧ୍ୟରେ ଲୋକଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯାଇଛି। ସେ କହିଛନ୍ତି ଯେ ମୋଦି ହେଉଛନ୍ତି ଏକମାତ୍ର ନେତା ଯିଏକି ଦେଶର କୃଷକଙ୍କ ସୁବିଧା ପାଇଁ ପ୍ରଗତିଶୀଳ ନୀତି ଏବଂ ଆଇନ ଆଣିଛନ୍ତି।

କୋଭିଡ ଲଢ଼େଇରେ ତିନି-ଟି (ଥ୍ରୀ-ଟି) ଟ୍ରାକ, ଟେଷ୍ଟ ଏବଂ ଟ୍ରିଟ ପଦ୍ଧତି ଅନୁସରଣ କରାଯାଇଛି। ଏହାଦ୍ୱାରା ଦେଶରେ କରୋନା ସ୍ଥିତି ନିୟନ୍ତ୍ରିତ ହୋଇ ପାରିଥିବା ସେ କହିଛନ୍ତି।

ଉତ୍ତରପ୍ରଦେଶ, ଉତ୍ତରପ୍ରଦେଶ, ମଣିପୁର, ଗୋଆ ଏବଂ ପଞ୍ଜାବ ଆଦି ୫ ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଉପରେ ଏହି ବୈଠକରେ ବିଶେଷ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri