ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍‌ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଦୁଇ କାର୍‌ରେ ଆଜି ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦର ଯାଇ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯାଇଛନ୍ତି।

ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ ପୋଲିସ ମହାନିର୍ଦ୍ଦେଶକ (ଡିଜିିପି) ଏବଂ ପୋଲିସ ମହାନିରୀକ୍ଷକ (ଆଇଜିପି)ସ୍ତରୀୟ ୫୯ତମ ସମ୍ମିଳନୀରେ ପ୍ରାୟ ୨୫୦ ଅଧିକାରୀ ଉପସ୍ଥିତ ରହିଥିବାବେଳେ ୨୦୦ରୁ ଊର୍ଦ୍ଧ୍ୱ ଅଫିସର ଭର୍ଚୁଆଲି ସାମିଲ ହୋଇଥିଲେ। ଏନେଇ ପ୍ରଧାନମନ୍ତ୍ରୀ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଥିଲେ। ଭୁବନେଶ୍ୱରରେ ଡିଜିପି, ଆଇଜିପି ସମ୍ମିଳନୀ ସଫଳ ହୋଇଛି। ଏଥିରେ ନୀତି ପ୍ରଣୟନ ଓ ସୁରକ୍ଷା ସମ୍ପର୍କିତ ପ୍ରସଙ୍ଗଗୁଡ଼ିକ ଉପରେ ବିଚାରବିମର୍ଶ ହୋଇଥିବା ସେ କହିଥିଲେ। ଏହା ପୂର୍ବରୁ ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ୩ ଦିନିଆ ସମ୍ମିଳନୀ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଆତଙ୍କବାଦ ଓ ମାଓବାଦୀ ମୁକାବିଲା, ଉପକୂଳ ସୁରକ୍ଷା, ନୂଆ ଆପରାଧିକ ଆଇନ ଏବଂ ବେଆଇନ ନିଶାଦ୍ରବ୍ୟ କାରବାର ଏଡ଼ାଇବା ସମେତ ଜାତୀୟ ନିରାପତ୍ତା ଉପରେ ୩ ଦିନ ଧରି ମାନସମନ୍ଥନ କରାଯିବ ବୋଲି କୁହାଯାଇଥିଲା। ଜାତୀୟ ନିରାପତ୍ତା ପ୍ରତି ବିପଦ ସାଙ୍ଗକୁ ଅପରାଧ ନିୟନ୍ତ୍ରଣ ଓ ଆଇନ ଶୃଙ୍ଖଳା ପରିଚାଳନା ଭଳି ଆହ୍ବାନଗୁଡ଼ିକର ମୁକାବିଲା ତଥା ପୋଲିସ ଅଧିକାରୀଙ୍କ ବୃତ୍ତିଗତ କାର୍ଯ୍ୟକ୍ଷେତ୍ରରେ ସୃଷ୍ଟି ହେଉଥିବା ଆହ୍ବାନର ମୁକାବିଲା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିବା ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ମନଯୋଗ ସହକାରେ ସମସ୍ତ ବିଷୟ ଶୁଣିବା ସହ ଅଧିକାରୀମାନଙ୍କ ସହ ଅଣାନୁଷ୍ଠାନିକ ଆଲୋଚନା ମଧ୍ୟ କରିଥିଲେ। ସାମ୍ପ୍ରତିକ ସ୍ଥିତିରେ ପୋଲିସ ଅଧିକାରୀମାନେ ସାମ୍‌ନା କରୁଥିବା ଚ୍ୟାଲେଞ୍ଜର ମୁକାବିଲା ପାଇଁ ନୂଆ ଉପାୟ ବାହାର କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?