Posted inଜାତୀୟ

୧୦୦ କୋଟି ଟିକା ଲକ୍ଷ୍ୟ ହାସଲ ପାଇଁ ପ୍ରଧାନମନ୍ତ୍ରୀ ହେଲେ ସମ୍ମାନୀତ…

ନୂଆଦିଲ୍ଲୀ,୭।୧୧: ରାଜଧାନୀ ନୂଆଦିଲ୍ଲୀ ମ୍ୟୁନିସିପାଲିଟି ପରିଷଦ (ଏନଡିଏମସି) ର ସମ୍ମିଳନୀ କକ୍ଷରେ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାନ୍ତ୍ରୀ ରାଜନାଥ ସିଂ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନ୍ୟ ନେତା ଯୋଗ ଦେଇଛନ୍ତି।

ଏଲ.କେ ଆଡଓ୍ବାଣି ଏବଂ ମୂରଲୀ ମନୋହର ଯୋଶୀ ପ୍ରମୁଖ ବରିଷ୍ଠ ନେତା ଭର୍ଚୁଆଲ ମାଧ୍ୟମରେ ବୈଠକରେ ଯୋଗ ଦେଇଛନ୍ତି। ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନରେ ୧୦୦ କୋଟି ଟିକାକରଣ ଲକ୍ଷ୍ୟ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରାଯାଇଛିି।

ଲୋକସଭା ଏବଂ ବିଧାନସଭା ଉପ-ନିର୍ବାଚନରେ ବିଫଳତା ପରେ ଆସନ୍ତା ବର୍ଷ ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନର ରଣନୀତି ଜାତୀୟ କାର୍ଯ୍ୟନିର୍ବାହୀ ବୈଠକରେ ଗଭୀର ଭାବରେ ଆଲୋଚନା ହେବ। ଏଥିରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ମୁଖତାର୍‌ ଅବ୍ବାସ ନାକଭୀ, କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର, ହରଦୀପ୍‌ ସିଂ ପୁରୀ, ପୂର୍ବତନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ, କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ପ୍ରମୁଖ ଯୋଗ ଦେଇଛନ୍ତି।

ଦୁଇ ବର୍ଷ ପରେ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି। କରୋନା ସଂକ୍ରମଣ ଯୋଗୁୁ ୨୦୧୯ ପରେ ଏହି ବୈଠକ ଅନୁଷ୍ଠିତ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri