ଭୁବନେଶ୍ୱର,୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତମଣ୍ଡପମ୍ଠାରେ ଆୟୋଜିତ ଓ୍ବାର୍ଲଡ ଫୁଡ୍ ଇଣ୍ଡିଆ-୨୦୨୩ ର ୨ୟ ସଂସ୍କରଣକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସୁଦୃଢ଼ କରିବା ପାଇଁ ସେ ୧ ଲକ୍ଷରୁ ଅଧିକ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟଙ୍କୁ ମୂଳ ପୁଞ୍ଜି ସହାୟତା ପ୍ରଦାନ କରିଥିଲେ। ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ମୋଦି ପରିଦର୍ଶନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ହେଉଛି ଭାରତକୁ ବିଶ୍ୱର ଖାଦ୍ୟ ଝୁଡ଼ି ଭାବେ ପ୍ରଦର୍ଶିତ କରିବା ଏବଂ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ପାଳନ କରିବା। ସମାବେଶକୁ ସମ୍ବୋଧିତକରି ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରଦର୍ଶିତ ଟେକ୍ନୋଲୋଜି ଓ ଷ୍ଟାର୍ଟଅପ୍ ପ୍ୟାଭିଲିୟନ୍ ଏବଂ ଫୁଡ୍ ଷ୍ଟ୍ରିଟ୍କୁ ମଧ୍ୟ ପ୍ରଶଂସା କରିବା ସହ ପ୍ରଯୁକ୍ତି ବିଦ୍ୟା ଏବଂ ସ୍ବାଦର ମିଶ୍ରଣ ଭବିଷ୍ୟତର ଅର୍ଥନୀତି ପାଇଁ ପଥ ପ୍ରଶସ୍ତ କରିବ ବୋଲି ବିସ୍ତୃତ ଭାବେ କହିଥିଲେ। ପ୍ରଧାନମନ୍ତ୍ରୀ ଆଜିର ପରିବର୍ତ୍ତନଶୀଳ ବିଶ୍ୱରେ ଖାଦ୍ୟ ନିରାପତ୍ତାର ଅନ୍ୟତମ ପ୍ରମୁଖ ଆହ୍ବାନ ଉପରେ ବିସ୍ତୃତ ଆଲୋକପାତ କରିବା ସହ ୱାଲର୍ଡ ଫୁଡ୍ ଇଣ୍ଡିଆର ଗୁରୁତ୍ୱ ଉପରେ ମଧ୍ୟ ବିସ୍ତୃତ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମର ଫଳାଫଳ ଦେଶର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଏକ ପ୍ରମୁଖ କ୍ଷେତ୍ର ଭାବେ ସ୍ବୀକୃତି ଦେବାର ଏକ ବଡ଼ ଉଦାହରଣ ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦି ଗୁରୁତ୍ୱାରୋପ କରିଥିଲେ।
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…
ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ
କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…
ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ
ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…
ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍ ଅଫର୍, ଧନଲାଭ ଯୋଗ
ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…
ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ
ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…
ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ
କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…
Archives

