Posted inଜାତୀୟ

ଜେଡ୍‌ ମୋଡ଼ ଟନେଲ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର, ୧୪ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜମ୍ମୁ-କଶ୍ମୀରର ସୋନମର୍ଗସ୍ଥିତ ଜେଡ୍‌ ମୋଡ଼ ଟନେଲ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଜମ୍ମୁ-କଶ୍ମୀର ସମେତ ପୂରା ଭାରତ ପାଇଁ ଏହି ଟନେଲକୁ ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଟନେଲର ଉଦ୍‌ଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଟନେଲ ମଧ୍ୟ କଶ୍ମୀରର ଗାନ୍ଦରବଲ ଜିଲାର ଗଗନଗୀର ଓ ସୋନମର୍ଗ ମଧ୍ୟରେ ପ୍ରସ୍ତୁତ କରାଯାଇଛି। ସମୁଦ୍ର ପତ୍ତନଠାରୁ ଏହି ଟନେଲ ୮୬୫୦ ଫୁଟ ଉଚ୍ଚତାରେ ରହିଛି। ଏହି ଟନେଲ ମଧ୍ୟରେ ଉଭୟ ଦିଗରେ ଯାନବାହନ ଯାତାୟାତ କରିପାରିବ। ୬.୫ କି.ମି. ଲମ୍ବା ଜେଡ୍‌ ମୋଡ଼ ଟନେଲ ଦେଇ ପର୍ଯ୍ୟଟକମାନେ ଅତି ସହଜରେ ବର୍ଷତମାମ ଜମ୍ମୁ-କଶ୍ମୀରର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ଯାଇପାରିବେ। ଫଳରେ ଭୂସ୍ଖଳନ ଏବଂ ହିମ ସ୍ଖଳନ ସମସ୍ୟାରୁ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦାଙ୍କୁ ଆଶ୍ୱସ୍ତି ମିଳିବ। ୨୭୧୭ କୋଟି ଟଙ୍କା ମୂଲ୍ୟରେ ଏହି ଟନେଲର ନିର୍ମାଣ କରାଯାଇଛି। ଏହି ଅବସରରେ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଜମ୍ମୁ-କଶ୍ମୀରର ଗତ ବିଧାନସଭା ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଥିଲା। ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ନିର୍ବାଚନ ଆୟୋଗଙ୍କୁ ଶ୍ରେୟ ଦେଇଛନ୍ତି। ଖୁବ୍‌ଶୀଘ୍ର ପ୍ରଧାନମନ୍ତ୍ରୀ ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟର ମାନ୍ୟତା ପ୍ରଦାନ କରିବେ ବୋଲି ଓମାର ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?