Posted inରାଜ୍ୟ

ସିଙ୍ଗାପୁରରେ ଓଡ଼ିଶାର ପିଲାଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍‌ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ ମୋଦି ମତବିନିମୟ କରିଛନ୍ତି ।

ସିଆଇଆଇ-ଏଣ୍ଟର୍‌ପ୍ରାଇଜ୍‌ ସିଙ୍ଗାପୁର ଇଣ୍ଡିଆ ରେଡି ଟାଲେଣ୍ଟ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଭାରତ ଗସ୍ତ କରି ଆସିଥିବା ସିଙ୍ଗାପୁରର ପ୍ରଶିକ୍ଷାର୍ଥୀଙ୍କ ସହ ମଧ୍ୟ ସେ ମତବିନିମୟ କରିଛନ୍ତି । ଏହି ସାକ୍ଷାତ ଏକ ଚମତ୍କାର ଅନୁଭୂତି ଥିଲା ବୋଲି ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି । ସେହିପରି ସିଙ୍ଗାପୁରର ଏଇଏମ୍‌ ହୋଲ୍ଡିଂସ୍‌ରେ କାର୍ଯ୍ୟରତ ଭାରତୀୟ ଇଞ୍ଜିନିୟରମାନଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି ।

ଏହି ଅବସରରେ ପ୍ରଶିକ୍ଷାର୍ଥୀଙ୍କ ସହ ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ । ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ଓ ସିଙ୍ଗାପୁରର ଏହି ସହଯୋଗ ବାସ୍ତବରେ ସ୍ୱତନ୍ତ୍ର ଏବଂ ଏହା ନବସୃଜନ ସମେତ ମାନବୀୟ ପ୍ରତିଭାକୁ ପ୍ରୋତ୍ସାହିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri