ଆଜି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସି ବସନ୍ତପୁରଠାରେ ନୂତନ ଭାବେ ନିର୍ମିତ ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ୍‌ ଉଦ୍‌ଘାଟନ କରିବେ। ଏହାସହ ୬୮ ହଜାର ୧୬୦ କୋଟି ବ୍ୟୟ ଅଟକଳରେ ପ୍ରାୟ ୭ ପ୍ରକଳ୍ପ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିମଧ୍ୟରେ ଏମ୍‌ସିଏଲ୍‌ର ୨୧୪୫ କୋଟି ଟଙ୍କା ବ୍ୟୟ ଅଟକଳରେ ୪ଟି ପ୍ରକଳ୍ପ, ରେଲଓ୍ବେର ସମ୍ବଲପୁର ରେଳ ଷ୍ଟେଶନର ୩୪୮ କୋଟି ଟଙ୍କା ବ୍ୟୟ ଅଟକଳରେ ନବୀକରଣ, ୧୫୩୯ କୋଟି ଟଙ୍କା ବ୍ୟୟରେ ସମ୍ବଲପୁର-ତାଳଚେର ଦୋହରୀକରଣ ରେଳ ଲାଇନ୍‌ର ଲୋକାର୍ପଣ, ଏନ୍‌ଏଲ୍‌ସିର ୨୭ ହଜାର ଟଙ୍କା ବ୍ୟୟରେ ୨୪୦୦ ମେଗାୱାଟ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟୁତ୍‌ ପ୍ରକଳ୍ପ ଆଦି ଅନ୍ତର୍ଭୁକ୍ତ। ଅପରାହ୍ନ ୨ଟା ୪୫ରେ ପ୍ରଧାନମନ୍ତ୍ରୀ ମୋଦି ରେମେଡ ପଡ଼ିଆରେ ଆୟୋଜିତ ବିଶାଳ ଗ୍ୟାରେଣ୍ଟି ସମାବେଶକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଏଥିରେ ୧ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହେବା ସମ୍ଭାବନା ଅଛି।
ଏହା ପୂର୍ବରୁ ଅପରାହ୍ନ ୧ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ମୋଦି ହେଲିକପ୍ଟରରେ ଆସି ଆଇଆଇଏମ୍‌ର ନବନିର୍ମିତ କ୍ୟାମ୍ପସ୍‌ ହେଲିପ୍ୟାଡ୍‌ରେ ଅବରତଣ କରି ପ୍ରଥମେ ଆଇଆଇଏମ୍‌ କ୍ୟାମ୍ପସ୍‌କୁ ଲୋକାର୍ପଣ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ, କେନ୍ଦ୍ର ଶକ୍ତିମନ୍ତ୍ରୀ ଆର୍‌.କେ. ସିଂ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଅନ୍ୟ ମନ୍ତ୍ରୀ, ସ୍ଥାନୀୟ ସାଂସଦ ଓ ବିଧାୟକ ଉପସ୍ଥିତ ରହିବେ। ମୋଦିଙ୍କ ଗସ୍ତ ପାଇଁ ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପୂର୍ବାହ୍ନରେ ସମ୍ବଲପୁରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇଆଇଏମ୍‌ ସହ ରେମେଡ ପଡ଼ିଆକୁ ଯାଇ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଥିଲେ। ସେହିପରି ଜିଲା ପୋଲିସ ପକ୍ଷରୁ ରେମେଡ ପଡ଼ିଆରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ ଉପସ୍ଥିତିରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଥିଲା। ପରେ ଅଧିକରୀମାନେ ଆଇଆଇଏମ୍‌ ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଆରକ୍ଷୀ ଅଧୀକ୍ଷକ ଭାମୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ପାଇଁ ରେଞ୍ଜ ଆଇଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୪ ଜଣ ଆରକ୍ଷୀ ଅଧୀକ୍ଷକ, ୭ ଜଣ କମାଣ୍ଡାଣ୍ଟ ଓ ୨୫୦ରୁ ଅଧିକ ପୋଲିସ ଅଧିକାରୀଙ୍କ ସହ ୭୦ ପ୍ଲାଟୁନ୍‌ ପୋଲିସ ଫୋର୍ସଙ୍କୁ ନିୟୋଜିତ କରାଯାଇଛି। ଏହାସହ ରେମେଡ ପଡ଼ିଆ ରାସ୍ତାରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବା ସହ ବିଭିନ୍ନ ରାସ୍ତାକୁ ସିଲ୍‌ କରାଯିବ। ରେମେଡ ପଡ଼ିଆର ଚତୁର୍ଦ୍ଦିଗରେ ଏସ୍‌ଓଜି ଯବାନ ମୁତୟନ ରହି ସୁରକ୍ଷା ବ୍ୟବସ୍ଥାକୁ ନିଶ୍ଚିତ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri