ଆଜି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସି ବସନ୍ତପୁରଠାରେ ନୂତନ ଭାବେ ନିର୍ମିତ ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ୍‌ ଉଦ୍‌ଘାଟନ କରିବେ। ଏହାସହ ୬୮ ହଜାର ୧୬୦ କୋଟି ବ୍ୟୟ ଅଟକଳରେ ପ୍ରାୟ ୭ ପ୍ରକଳ୍ପ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିମଧ୍ୟରେ ଏମ୍‌ସିଏଲ୍‌ର ୨୧୪୫ କୋଟି ଟଙ୍କା ବ୍ୟୟ ଅଟକଳରେ ୪ଟି ପ୍ରକଳ୍ପ, ରେଲଓ୍ବେର ସମ୍ବଲପୁର ରେଳ ଷ୍ଟେଶନର ୩୪୮ କୋଟି ଟଙ୍କା ବ୍ୟୟ ଅଟକଳରେ ନବୀକରଣ, ୧୫୩୯ କୋଟି ଟଙ୍କା ବ୍ୟୟରେ ସମ୍ବଲପୁର-ତାଳଚେର ଦୋହରୀକରଣ ରେଳ ଲାଇନ୍‌ର ଲୋକାର୍ପଣ, ଏନ୍‌ଏଲ୍‌ସିର ୨୭ ହଜାର ଟଙ୍କା ବ୍ୟୟରେ ୨୪୦୦ ମେଗାୱାଟ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟୁତ୍‌ ପ୍ରକଳ୍ପ ଆଦି ଅନ୍ତର୍ଭୁକ୍ତ। ଅପରାହ୍ନ ୨ଟା ୪୫ରେ ପ୍ରଧାନମନ୍ତ୍ରୀ ମୋଦି ରେମେଡ ପଡ଼ିଆରେ ଆୟୋଜିତ ବିଶାଳ ଗ୍ୟାରେଣ୍ଟି ସମାବେଶକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଏଥିରେ ୧ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହେବା ସମ୍ଭାବନା ଅଛି।
ଏହା ପୂର୍ବରୁ ଅପରାହ୍ନ ୧ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ମୋଦି ହେଲିକପ୍ଟରରେ ଆସି ଆଇଆଇଏମ୍‌ର ନବନିର୍ମିତ କ୍ୟାମ୍ପସ୍‌ ହେଲିପ୍ୟାଡ୍‌ରେ ଅବରତଣ କରି ପ୍ରଥମେ ଆଇଆଇଏମ୍‌ କ୍ୟାମ୍ପସ୍‌କୁ ଲୋକାର୍ପଣ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ, କେନ୍ଦ୍ର ଶକ୍ତିମନ୍ତ୍ରୀ ଆର୍‌.କେ. ସିଂ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଅନ୍ୟ ମନ୍ତ୍ରୀ, ସ୍ଥାନୀୟ ସାଂସଦ ଓ ବିଧାୟକ ଉପସ୍ଥିତ ରହିବେ। ମୋଦିଙ୍କ ଗସ୍ତ ପାଇଁ ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପୂର୍ବାହ୍ନରେ ସମ୍ବଲପୁରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇଆଇଏମ୍‌ ସହ ରେମେଡ ପଡ଼ିଆକୁ ଯାଇ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଥିଲେ। ସେହିପରି ଜିଲା ପୋଲିସ ପକ୍ଷରୁ ରେମେଡ ପଡ଼ିଆରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ ଉପସ୍ଥିତିରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଥିଲା। ପରେ ଅଧିକରୀମାନେ ଆଇଆଇଏମ୍‌ ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଆରକ୍ଷୀ ଅଧୀକ୍ଷକ ଭାମୁ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ପାଇଁ ରେଞ୍ଜ ଆଇଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୪ ଜଣ ଆରକ୍ଷୀ ଅଧୀକ୍ଷକ, ୭ ଜଣ କମାଣ୍ଡାଣ୍ଟ ଓ ୨୫୦ରୁ ଅଧିକ ପୋଲିସ ଅଧିକାରୀଙ୍କ ସହ ୭୦ ପ୍ଲାଟୁନ୍‌ ପୋଲିସ ଫୋର୍ସଙ୍କୁ ନିୟୋଜିତ କରାଯାଇଛି। ଏହାସହ ରେମେଡ ପଡ଼ିଆ ରାସ୍ତାରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବା ସହ ବିଭିନ୍ନ ରାସ୍ତାକୁ ସିଲ୍‌ କରାଯିବ। ରେମେଡ ପଡ଼ିଆର ଚତୁର୍ଦ୍ଦିଗରେ ଏସ୍‌ଓଜି ଯବାନ ମୁତୟନ ରହି ସୁରକ୍ଷା ବ୍ୟବସ୍ଥାକୁ ନିଶ୍ଚିତ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?