Posted inଜାତୀୟ

ଟନେଲରେ ଫସି ରହିଥିବା ଶ୍ରମିକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଚିନ୍ତିତ

ନୂଆଦିଲ୍ଲୀ,୨୪।୧୧: ଗତ ୧୩ ଦିନ ଧରି ଉତ୍ତରାଖଣ୍ଡରେ ଭୁଶୁଡ଼ିଥିବା ସିଲ୍‌କ୍ୟାରା ଟନେଲରେ ଫସି ରହିଥିବା ଶ୍ରମିକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଚିନ୍ତିତ ଅଛନ୍ତି। ଶୁକ୍ରବାର ସେ ପୁଣିଥରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ଡାକି ରିଲିଫ ଓ ଉଦ୍ଧାର କାର୍ଯ୍ୟ ଉପରେ ଅପଡେଟ୍‌ ନେଇଥିଲେ। ଏହା ସହିତ ଶ୍ରମିକମାନଙ୍କୁ ତୁରନ୍ତ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯିବା ପରେ ସେମାନଙ୍କୁ ଘରକୁ ପଠାଇବା ପାଇଁ ବ୍ୟବସ୍ଥା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।
ସୂତ୍ରରୁ ପ୍ରକାଶ ଯେ, ସେ ପ୍ରତିଦିନ ପୁଷ୍କର ସିଂ ଧାମିଙ୍କୁ ଫୋନ କରୁଛନ୍ତି ଏବଂ ଟନେଲରେ ଫସି ରହିଥିବା ଶ୍ରମିକଙ୍କ ସ୍ବାସ୍ଥ୍ୟ ଉପରେ ଅପଡେଟ୍‌ ନେଉଛନ୍ତି। ଆଜି ବାର୍ତ୍ତାଳାପ ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ସମ୍ମୁଖୀନ ହେଉଥିବା ପ୍ରତିବନ୍ଧକ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ।
୧୧ ଦିନ ହେଲା ସୁଡ଼ଙ୍ଗରେ ଫସିଥିବା ଶ୍ରମିକମାନେ ସୁରକ୍ଷିତ ଥିବାବେଳେ ସେମାନଙ୍କ ପାଖକୁ ଆବଶ୍ୟକ ଅକ୍ସିଜେନ, ଖାଦ୍ୟ, ପାଣି, ପୋଷାକ ଓ ଔଷଧ ପଠାଯାଉଛି। ଉନ୍ନତ ଯୋଗାଯୋଗ ବ୍ୟବସ୍ଥା ସ୍ଥାପନ ହୋଇଥିବାରୁ ଶ୍ରମିକମାନଙ୍କ ସହ କର୍ତ୍ତୃପକ୍ଷ ଏବଂ ସାଇକୋସୋସିଆଲ ଓ୍ବାର୍କରମାନେ ସେମାନଙ୍କ ସହ ସିଧାସଳଖ କଥା ହେବା ସହ ବିଭିନ୍ନ ପରାମର୍ଶ ଦେଇପାରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri