Posted inଜାତୀୟ

କରୋନାକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ୫ ସୁତ୍ରୀ ଯୋଜନା

ନୂଆଦିଲ୍ଲୀ,୪।୪: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କରୋନା ବୃଦ୍ଧି ଏବଂ ଟିକାକରଣ ଅଭିଯାନ ସହ ଜଡିତ ପ୍ରସଙ୍ଗଗୁଡ଼ିକର ସମୀକ୍ଷା କରାଯାଇଥିଲା। ପରିସ୍ଥିତି ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କରୋନାକୁ ଦୂର କରିବା ପାଇଁ ସଚେତନତା ରଖିବାର ଆବଶ୍ୟକତା ରହିଛି। ଲୋକଙ୍କୁ ସଚେତନ କରାଇବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୋଦି।
କରୋନାର ବଢୁଥିବା ମାମଲାକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ୫ ସୁତ୍ରୀ ଯୋଜନା ଉପରେ ଆଲୋକପାତ କରିଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଯଦି କରୋନା ଟେଷ୍ଟ, ଅନୁସନ୍ଧାନ, ଚିକିତ୍ସା, କୋଭିଡ ନିୟମ ଏବଂ ଟିକାକରଣ ସମ୍ପୂର୍ଣ୍ଣ ଆନ୍ତରିକତା ଏବଂ ପ୍ରତିବଦ୍ଧତା ସହିତ କାର୍ଯ୍ୟକାରୀ ହୁଏ, ତେବେ ଏହା ମହାମାରୀର ପ୍ରସାରକୁ ରୋକିବାରେ ସକ୍ଷମ ହେବ। କରୋନାକୁ ରୋକିବା ପାଇଁ ଏପ୍ରିଲ ୬ରୁ ୧୪ ପର୍ଯ୍ୟନ୍ତ ସାରା ଦେଶରେ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହେବ। ଏଥିରେ ଲୋକଙ୍କୁ ଶତପ୍ରତିଶତ ମାସ୍କର ବ୍ୟବହାର, ବ୍ୟକ୍ତିଗତ ସ୍ବଚ୍ଛତା ଏବଂ ସର୍ବସାଧାରଣ ସ୍ଥାନ/ କର୍ମକ୍ଷେତ୍ରରେ ପରିଷ୍କାର ପରିଚ୍ଛନ୍ନତା ବିଷୟରେ ସୂଚନା ଦିଆଯିବ। ସୂଚନାଯୋଗ୍ୟ,ରବିବାର ଭାରତରେ ୯୩,୨୪୯ କରୋନା ମାମଲା ସାମ୍ନାକୁ ଆସିଥିଲା। ହୋଇଥିଲା।ଏହା ସହିତ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧,୨୪,୮୫,୫୦୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri