୩ ପ୍ରକଳ୍ପ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

କୋରାପୁଟ,୧୩ା୩(ଅମିତାଭ ବେହେରା): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାମୂହିକ ଭାବେ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କାର ତିନୋଟି ସେମିକଣ୍ଡକ୍ଟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିଲା। ବିଶ୍ୱବିଦ୍ୟାଳୟ ପରିସରରେ ଥିବା ତିନୋଟି ସ୍ଥାନରେ ସିଧା ପ୍ରସାରଣର ବ୍ୟବସ୍ଥା କରାଯାଇଥିଲା,ଯେଉଁଥିରେ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ, ରେଜିଷ୍ଟ୍ରାର ପ୍ରଫେସର ଏନ ସି ପଣ୍ଡା ଓ ପ୍ରୋକ୍ଟର ପ୍ରଫେସର ଭରତ କୁମାର ପଣ୍ଡାଙ୍କ ସମେତ ଅଧ୍ୟାପକ, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରୀଛାତ୍ର  ଅଂଶଗ୍ରହଣ କରିଥିଲେ।
ଶିଳାନ୍ୟାସ କାର୍ଯ୍ୟକ୍ରମର ସିଧାପ୍ରସାରଣ ପୂର୍ବରୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ’ଇଣ୍ଡିଆଜ ଟେକ୍‌ ଡେ’: ଚିପ୍ସ ଫର୍‌ ଭିକ୍ସିଟ୍‌ ଭାରତ’ ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଏନ୍‌ଆଇଟି ରାଉରକେଲାର ପ୍ରଫେସର ଜ୍ୟୋତି ପ୍ରକାଶ କର ସେମିକଣ୍ଡକ୍ଟରର ବିଶ୍ୱସ୍ତରୀୟ ମହତ୍ତ୍ୱ ଓ ଚାହିଦା ଉପରେ ଆଲୋକପାତ କରିଥିଲେ। ପ୍ରଫେସର ତ୍ରିପାଠୀ ବିଭିନ୍ନ କ୍ଷେତ୍ରରେ ଭାରତର ବିକାଶମୂଳକ ଦୃଷ୍ଟିକୋଣ ସମ୍ପର୍କରେ ବିସ୍ତୃତ ବିବରଣୀ ଦେଇ ଛାତ୍ରୀଛାତ୍ର ଓ ଅଧ୍ୟାପକମାନଙ୍କୁ ଆତ୍ମନିର୍ଭରଶୀଳ ଏବଂ ବିକଶିତ ଭାରତ ଦିଗରେ ସେମାନଙ୍କର ଦକ୍ଷତାର ଉପଯୋଗ କରିବାକୁ ପରାମର୍ଶ ଦେଇଥିଲେ ଏବଂ ବିଶ୍ୱ ପ୍ରଗତିରେ ଭାରତୀୟ ଜ୍ଞାନ ପ୍ରଣାଳୀର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଫେସର ପଣ୍ଡା ମଧ୍ୟ ଏହି ଆଲୋଚନାଚକ୍ରରେ ବିକଶିତ ଭାରତ ବିଷୟରେ ଆଲୋକପାତ କରିଥିଲେ। ଜୈବ ବିବିଧତା ଓ ପ୍ରାକୃତିକ ସମ୍ପଦ ସଂରକ୍ଷଣ ବିଭାଗର ସହକାରୀ ପ୍ରଫେସର ଡ. କାକୋଲି ବାନାର୍ଜୀ ଓ ଛାତ୍ର କଲ୍ୟାଣ ଡିନ୍‌ ଡ. ରାମେନ୍ଦ୍ର କୁମାର ପାଢ଼ୀ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri