ଅମୃତ ଭାରତ ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ରାୟଗଡ଼ା,୨୬ା୨(ଆଶିଷ ରଞ୍ଜନ ପଣ୍ଡା): ଅମୃତ ଭାରତ ପ୍ରକଳ୍ପ ଯୋଜନାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମଗ୍ର ଭାରତରେ ଅମୃତ ଭାରତ ଯୋଜନାରେ ୪୧ ହଜାର କୋଟି ଟଙ୍କା ମୂଲ୍ୟରେ ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଏଥିରେ ୫୫୪ ରେଳ ଷ୍ଟେଶନର ଉନ୍ନତିକରଣ ଏବଂ ୧୫୦୦ ରୋଡ୍‌ ଓଭର ବ୍ରିଜ୍‌ ଏବଂ ଅଣ୍ଡରପାସ୍‌ ନିର୍ମାଣ କରାଯାଉଛି। ସେଥି ମଧ୍ୟରୁ ସୋମବାର ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ, ଉଦଘାଟନ ହୋଇଯାଇଛି।

ରାୟଗଡ଼ା ରେଳଷ୍ଟେଶନ ପାଇଁ ୨୪୩ କୋଟି ଟଙ୍କା ଅନୁଦାନ ମିଳିଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକା, ସମ୍ମାନିତ ଅତିଥି ଭାବେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଏସପି ହରିଶା ବି.ସି, ଭାଜପା ଜିଲା ସଭାପତି ଶିବ ପଟ୍ଟନାୟକ, ଭାଜପା ନେତା କାଳୀରାମ ମାଝି, ଶିବଶଙ୍କର ଉଲାକା, ବସନ୍ତ ଉଲାକା ଓ ରେଳ ବିଭାଗ ସିପିଏମ ଓ୍ବାଇ ମସ୍ତାନେୟା ପ୍ରମୁଖ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ଶତାଧିକ ଜନସାଧାରଣ ଓ ଛାତ୍ରୀଛାତ୍ର ଯୋଗଦେଇଥିଲେ। ରେଳ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ତେବେ ମଞ୍ଚରେ ଏମ୍‌ପି ସପ୍ତଗିରି ଉଲ୍ଲାକା ରାୟଗଡ଼ା ରେଳ ଡିଭିଜନ ସମେତ ଗୁଣପୁର-ଥେରୁବାଲି ରେଳପଥ ଦାବି ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ

ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ନାବାଳିକା ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର, ୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ ଅଦାଲତ ବିଚାରପତି ପ୍ରଣତି ପଟ୍ଟନାୟକ ଶନିବାର ଏକ ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ପ୍ରମାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri