Posted inଜାତୀୟ

ଜନଔଷଧି କେନ୍ଦ୍ର ବୃଦ୍ଧି ପାଇଁ କାର୍ଯ୍ୟକ୍ରମ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିକାଶ ଭାରତ ସଂକଳ୍ପ ଯାତ୍ରା ଅଧୀନରେ ଭର୍ଚୁଆଲ୍ ମୋଡରେ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଜନ ଔଷଧି କେନ୍ଦ୍ର’ ସଂଖ୍ୟାକୁ ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ପାଇଁ ଏକ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଛନ୍ତି। ଭଲ ଔଷଧ ଏବଂ ଶସ୍ତା ଔଷଧ ହେଉଛି ସବୁଠାରୁ ବଡ ସେବା ବୋଲି ସେ କହିଛନ୍ତି।

ଜନଔଷଧି କେନ୍ଦ୍ର ମାଧ୍ୟମରେ ଜନସାଧାରଣଙ୍କୁ ସୁଲଭ ଓ ସହଜରେ ଔଷଧ ଉପଲବ୍ଧ କରାଇବା ହେଉଛି କେନ୍ଦ୍ର ସରକାରଙ୍କର ମୁଖ୍ୟ ଉଦ୍ଦେଶ୍ୟ । ଚଳିତବର୍ଷ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଇଥିବା ଭାଷଣରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀଙ୍କ ପାଇଁ ଡ୍ରୋନ୍‌‌ ଯୋଗାଇଦେବା ଏବଂ ଜନଔଷଧୀ କେନ୍ଦ୍ରର ସଂଖ୍ୟାକୁ ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ଲାଗି ଘୋଷଣା କରିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ‘ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ୍‌‌ କେନ୍ଦ୍ର’ର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ବୈଷୟିକ ସହାୟତା ମାଧ୍ୟମରେ ସ୍ୱୟଂସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଜୀବିକାର୍ଜନ ନିମନ୍ତେ ସୁଯୋଗ ମିଳିପାରିବ ବୋଲି ସରକାରୀ ଭାବେ କୁହାଯାଉଛି। ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୫ ହଜାର ଡ୍ରୋନ୍‌‌ ଯୋଗାଇ ଦିଆଯିବ। ଡ୍ରୋନ୍‌‌ ଉଡ଼ାଇବା ଏବଂ ସେଗୁଡ଼ିକୁ ଠିକ୍‌‌ ଭାବେ ବ୍ୟବହାର କରିବା ଲାଗି ମହିଳାମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏପରିକି କୃଷି କ୍ଷେତ୍ରରେ ଏଭଳି ବୈଷୟିକ ସହାୟତା ବିନିଯୋଗ ଲାଗି ଏହି ବ୍ୟବସ୍ଥା ପ୍ରୋତ୍ସାହନ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri