ଟ୍ରେନ୍‌ ଦୁର୍ଘଟଣା: ବାଲେଶ୍ୱର ଡାକ୍ତରଖାନାରେ ରୋଗୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ବାଲେଶ୍ୱର ଅଫିସ,୩ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସନ୍ଧ୍ୟାରେ ବାଲେଶ୍ବର ଜିଲା ମୁଖ୍ୟ ଡାକ୍ତରଖାନାରେ ଟ୍ରେନ୍‌ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି। ଆହତ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

ପ୍ରଧାନମନ୍ତ୍ରୀ ବାଲେଶ୍ବର ଜିଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ଶନିବାର ଅପରାହ୍ନରେ ଆସି ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଥିଲେ। ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାହାନଗାରେ ପହଞ୍ଚି ଦୁର୍ଘଟଣାସ୍ଥଳର ସ୍ଥିତି ଅନୁଧ୍ୟାନ କରିବା ପରେ ବାଲେଶ୍ୱର ଜିଲା ହସ୍ପିଟାଲରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri