ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଏୟାରପୋର୍ଟରେ ପହଞ୍ଚିଛନ୍ତି। ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଯିବାର କାର୍ଯ୍ୟକ୍ରମ ରହିଛି।
ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୫ରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଗସ୍ତରେ ଆସିଛନ୍ତି। ସକାଳ ୮.୩୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ବାୟୁସେନା ବିମାନ ଯୋଗେ ବାହାରି ପୂର୍ବାହ୍ନ ୧୦.୩୫ ମିନିଟ୍‌ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇଥିଲେ। ପୂର୍ବାହ୍ନ ୧୦.୫୫ରେ ସେ ଜନତା ମୈଦାନରେ ପହଞ୍ଚିବେ। ପୂର୍ବାହ୍ନ ୧୧.୦୦ରୁ ମଧ୍ୟାହ୍ନ ୧୨.୩୦ ପର୍ଯ୍ୟନ୍ତ କନ୍‌କ୍ଲେଭରେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ଭାଜପା ପକ୍ଷରୁ ବିମାନବନ୍ଦରଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ଲୋକଙ୍କୁ ଏକାଠି କରାଯାଇଛି।
ଗତ ୭ ମାସରେ ମୋଦି ଓଡ଼ିଶାକୁ ସର୍ବାଧିକ ୫ଥର ଆସିଥିବାରୁ ଭାଜପା ପକ୍ଷରୁ ଏହି ଭବ୍ୟ ସମ୍ବର୍ଦ୍ଧନା ଦେବା ଲାଗି ଯୋଜନା କରାଯାଇଛି। ମଧ୍ୟାହ୍ନ ୧୨.୫୫ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରୁ ଉତ୍ତରାଖଣ୍ଡ ଅଭିମୁଖେ ଯାତ୍ରା କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ କାର୍ଯ୍ୟକ୍ରମସ୍ଥଳ ଓ ତାଙ୍କର ଯିବାଆସିବା ପଥରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱର ସହରରେ ସୁରକ୍ଷା କଡ଼ାକଡ଼ି ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ କାରକେଡ୍‌ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri