ପ୍ରଧାନମନ୍ତ୍ରୀ ମୋଦି ଫୋନ କରିବା ମାତ୍ରେ କାନ୍ଦିଲେ ମହିଳା ହକି ଖେଳାଳି

ଟାକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରିଟେନ ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଛି ସତ ମାତ୍ର ଦଳ ୧୩୦ କୋଟି ଦେଶବାସୀଙ୍କ ହୃଦୟ ଜିତି ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ହକି ଦଳକୁ ଫୋନ କରି ତାଙ୍କୁ ସାନ୍ତ୍ୱନା ଦେଇଥିଲେ। ମୋଦି ଫୋନ କରିବା ମାତ୍ରେ ଖେଳାଳିମାନେ କାନ୍ଦିବାକୁ ଲାଗିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ଦଳର ଖେଳାଳିଙ୍କୁ ଉତ୍ସାହିତ କରି କହିଥିଲେ ଯେ, ଦେଶ ଆପଣଙ୍କ ପାଇଁ ଗର୍ବିତ। ୨ ମିନିଟ ୪୮ ସେକେଣ୍ଡ କଥାବାର୍ତ୍ତା ବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି,
ଦେଖନ୍ତୁ ଆପଣମାନେ ବହୁତ ଭଲ ଖେଳିଛନ୍ତି। ତୁମେ ବହୁତ ପରିଶ୍ରମ କରିଥିଲ, ସବୁକିଛି ଛାଡି, ତୁମେ ସାଧନା କରୁଥିଲ। ପଦକ ସିନା ଆଣି ପାରିଲ ନାହିଁ, କିନ୍ତୁ ତୁମେମାନେ କୋଟି କୋଟି ଝିଅଙ୍କ ପ୍ରେରଣା ପାଲଟିଗଲ। ଆପଣଙ୍କର ସମସ୍ତ ସାଥୀ ଏବଂ ଆପଣଙ୍କ ପ୍ରଶିକ୍ଷକଙ୍କୁ ଅଭିନନ୍ଦନ। ଆଦୌ ନିରାଶ ହୁଅନ୍ତୁ ନାହିଁ। ଭାରତ ହେଉଛି ହକିର ପରିଚୟ। ଏତେ ଦଶନ୍ଧି ପରେ ଭାରତରେ ହକି ପୁନର୍ଜୀବିତ ହେଉଛି ଏବଂ ଆପଣଙ୍କ କଠିନ ପରିଶ୍ରମ ହେତୁ ଏହା ଘଟୁଛି ବୋଲି ପ୍ରଧାନମନ୍ତ୍ରୀ ଖେଳାଳିଙ୍କୁ ଉତ୍ସାହିତ କରି କହିଥିଲେ। ଉଲ୍ଲେଖନୀୟ କଥା ହେଉଛି, ଭାରତୀୟ ମହିଳା ହକି ଦଳର ପରାଜୟ ପରେ ମଧ୍ୟ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶର ଅନେକ ସେଲିବ୍ରିଟି ଦଳକୁ ଅଭିନନ୍ଦନ ଜଣାଇଛନ୍ତି।
ସୂଚନାଯୋଗ୍ୟ, ଭାରତୀୟ ଦଳ ପ୍ରଥମ ଥର ପାଇଁ ଅଲିମ୍ପିକ ସେମିଫାଇନାଲରେ ପହ ପହଞ୍ଚିଥିଲା। କିନ୍ତୁ ବ୍ରିଟେନଠାରୁ ୪-୩ ଗୋଲ୍‌ରେ ହାରି ଯାଇ ପଦକରୁ ବଞ୍ଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri