ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସହିତ ସାକ୍ଷାତ କରିଛନ୍ତି। ଏଭୟ ପରସ୍ପରକୁ ଦେଖିବା ମାତ୍ରେ କୋଳାଗ୍ରତ କରିଥିଲେ। ଏହି ସମୟରେ ମୋଦି ଏକ ବଡ଼ ଘୋଷଣା କରିଥିଲେ। କଜାନରେ ଭାରତର ଏକ ନୂତନ ଦୂତାବାସ ଖୋଲାଯିବ ବୋଲି କହିଥିଲେ।

ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହିତ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ତୁମର ବନ୍ଧୁତା, ଭବ୍ୟ ସ୍ବାଗତ ଏବଂ ଆତିଥ୍ୟ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞାତା ଜଣାଉଛି। ଏହି ସହର ସହିତ ଭାରତର ଗଭୀର ଏବଂ ଐତିହାସିକ ସମ୍ପର୍କ ରହିଛି ଏବଂ କଜାନରେ ଭାରତର ଏକ ନୂତନ ଦୂତାବାସ ଖୋଲାଯିବ। ଏହାଦ୍ୱାରା ଏହି ସମ୍ପର୍କ ଆହୁରି ମଜଭୁତ ହେବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି ମଧ୍ୟ କହିଛନ୍ତି, ଗତ ତିନି ମାସ ମଧ୍ୟରେ ରୁଷିଆ ଗସ୍ତରେ ଆସିଥିବା ମୋର ଦୁଇ ଗସ୍ତ ଆମର ଘନିଷ୍ଠ ସମନ୍ବୟ ଏବଂ ଗଭୀର ବନ୍ଧୁତାକୁ ପ୍ରତିଫଳିତ କରେ। ଜୁଲାଇ ମାସରେ ମସ୍କୋରେ ଆମର ବାର୍ଷିକ ସମ୍ମିଳନୀ ପ୍ରତ୍ୟେକ କ୍ଷେତ୍ରରେ ଆମର ସହଯୋଗକୁ ମଜଭୁତ କରିଛି। ବ୍ରିକ୍ସ ଗତ ୧୫ ବର୍ଷ ମଧ୍ୟରେ ନିଜର ଚିହ୍ନ ସୃଷ୍ଟି କରିଛି ଏବଂ ବର୍ତ୍ତମାନ ବିଶ୍ୱର ଅନେକ ଦେଶ ଏଥିରେ ଯୋଗଦେବାକୁ ଚାହୁଁଛନ୍ତି। ମୁଁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ବିଷୟରେ କ୍ରମାଗତ ଭାବରେ କହୁଛି ଆମର ସମସ୍ତ ପ୍ରୟାସରେ ଶାନ୍ତି ଏବଂ ସ୍ଥିରତାର ପ୍ରାରମ୍ଭିକ ପ୍ରତିଷ୍ଠାକୁ ଆମେ ସମ୍ପୂର୍ଣ୍ଣ ଭାବେ ସମର୍ଥନ କରୁଛୁ।

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହିତ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ପ୍ରସଙ୍ଗରେ ମୁଁ ଆପଣଙ୍କ ସହିତ ନିରନ୍ତର ଯୋଗାଯୋଗରେ ଅଛି। ମୁଁ ପୂର୍ବରୁ କହିଛି ଯେ, ଆମେ ବିଶ୍ୱାସ କରୁ ଯେ ସମସ୍ୟାର ସମାଧାନ ହୋଇପାରିବ। ଆମେ ଶାନ୍ତି ଏବଂ ସ୍ଥିରତାର ପ୍ରାରମ୍ଭିକ ପ୍ରତିଷ୍ଠାକୁ ସମ୍ପୂର୍ଣ୍ଣ ରୂପେ ସମର୍ଥନ କରୁଛୁ। ଆମର ସମସ୍ତ ପ୍ରୟାସରେ ଭାରତ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି,ମୋର ମନେ ଅଛି ଯେ ଜୁଲାଇରେ ଆମେ ସାକ୍ଷାତ କରିଥିଲୁ ଏବଂ ଅନେକ ପ୍ରସଙ୍ଗରେ ବହୁତ ଭଲ ଆଲୋଚନା କରିଥିଲୁ। ଆମେ ଅନେକ ଥର ଟେଲିଫୋନରେ ମଧ୍ୟ କଥା ହୋଇଥିଲୁ। ଆଜି ଆମେ ବ୍ରିକ୍ସ ଶିଖର ସମ୍ମିଳନୀର ଉଦଘାଟନୀ ସମାରୋହରେ ଯୋଗଦେବୁ ଏବଂ ତା’ପରେ ରାତ୍ରୀ ଭୋଜନ କରିବୁ।

 

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?