Posted inUncategorized

ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି: ରତ୍ନଭଣ୍ଡାର ଚାବି ତାମିଲନାଡୁ ଯାଇଛି

କଟକ,୨୦।୫: ପୁରୀରେ ସୋମବାର ରୋଡ ଶୋ’ ପରେ କଟକରେ ପହଞ୍ଚିଛନ୍ତି ପହଞ୍ଚିଛନ୍ତି। ଏଠାରେ ଏକ ସଭାକୁ ସମ୍ବୋଧିତ କରି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଏକ ସାଂଘାତକ ଅଭିଯୋଗ ଆଣି କହିଛନ୍ତି,ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି। ରତ୍ନଭଣ୍ଡାର ଚାବି ତାମିଲନାଡୁ କିଏ ନେଇ ଯାଇଛି। ଏଭଳି ଲୋକକୁ ଓଡ଼ିଶାବାସୀ କ୍ଷମା କରିବେ ନାହିଁ। ଏଭଳି ଅବସ୍ଥାରେ ଯାଞ୍ଚ କମିଟି ରିପୋର୍ଟକୁ ଚାପି ଦିଆଯାଇଛି। ଭାଜପା ସରକାର ଆସିବା କ୍ଷଣି ଚାବିର ରାଜ ଖୋଲିବ ଏବଂ ଯାଞ୍ଚ ରିପୋର୍ଟ ସାର୍ବଜନୀନ କରାଯିବ। ଯଦି କିଛି ଗଡ଼ବଡ଼ି ଥିବ, ମୋଦି କାହାକୁ ଛାଡ଼ିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
କଟକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶାରେ ଚାଲିଥିବା ଏ ଲୁଟତରାଜ ବନ୍ଦ ହେବା ଦରକାର। ଆପଣମାନଙ୍କ ଭୋଟ ହିଁ ଏ ଲୁଟତରାଜ ବନ୍ଦ କରିବ। ଆପଣଙ୍କ ଭୋଟ ହିଁ ଓଡ଼ିଶାର ଭାଗ୍ୟ ବଦଳାଇ ପାରିବ। ବିଜେଡି ଭ୍ରଷ୍ଟାଚାର ପାଇଁ ଯୁବକମାନଙ୍କୁ ଅନ୍ୟ ରାଜ୍ୟକୁ ଯିବାକୁ ପଡୁଛି। ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବ୍ଜା କରି ବସିଛି। ଜୁନ ୧୦ରେ ଭାଜପା ସରକାର ଆସିଲେ ଏ ମାଫିଆର ଅଣ୍ଟା ଭଙ୍ଗାଯିବ। ଆମକୁ ଓଡ଼ିଶାରେ ନିବେଶ ଦରକାର, ନୂଆ ଉଦ୍ୟୋଗ ଦରକାର। ଭାଜପାର ତାକତ ଅଛି, ଏସବୁ ଭାଜପା ହିଁ କରିପାରିବ। ଓଡ଼ିଶାର ହେବାକୁ ଥିବା ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ସବୁ ସହଯୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri