ମସ୍କଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଓ୍ବାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତିରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି ବିଭିନ୍ନ ଦ୍ୱିପାକ୍ଷିକ ତଥା ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିବାକୁ ଥିବାବେଳେ ଏହା ପୂର୍ବରୁ ସେ ଟେସ୍‌ଲା ସିଇଓ ଏଲନ୍‌ ମସ୍କ, ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ମିଚେଲ ଓ୍ବାଲ୍ଟଜ ଏବଂ ଜାତୀୟ ଗୋଇନ୍ଦା ମୁଖ୍ୟ ତୁଲସୀ ଗାବାର୍ଡଙ୍କୁ ଭେଟିଛନ୍ତି।

ଟ୍ରମ୍ପ୍‌ ପ୍ରଶାସନରେ ସରକାରଙ୍କ ଦକ୍ଷତା ବିଭାଗ (ଡିଓଜିଇ)ର ମୁଖ୍ୟ ଥିବା ମସ୍କ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ ବ୍ଲେୟାର ହାଉସ୍‌ରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ମସ୍କଙ୍କ ସହ ତାଙ୍କର ୩ ପିଲା ଆସିଥିଲେ। ଟ୍ରମ୍ପ୍‌ଙ୍କ ଷ୍ଟାର୍‌ଲିଙ୍କ୍‌ ଭାରତରେ ସାଟେଲାଇଟ୍‌ ଇଣ୍ଟରନେଟ୍‌ ସେବା ଯୋଗାଇବା ପ୍ରସ୍ତାବ ରଖିଥିବା ବେଳେ ଟେସ୍‌ଲା ମଧ୍ୟ ଭାରତରେ କାରଖାନା ସ୍ଥାପନ କରିବା ଯୋଜନା ରଖିଛି।

ଏପରିକି ମୋଦି ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଓ୍ବାଲ୍ଟଜଙ୍କୁ ଭେଟିଥିଲେ। ବୈଠକରେ ବହିର୍ବ୍ୟାପାର ମନ୍ତ୍ର ଏସ୍‌. ଜୟଶଙ୍କର ଏବଂ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଉପସ୍ଥିତ ଥିଲେ। ସେହିପରି ଗୁରୁବାର ଟ୍ରମ୍ପ୍‌ ପ୍ରଶାସନରେ ଜାତୀୟ ଗୋଇନ୍ଦା ନିର୍ଦ୍ଦେଶକ ଭାବେ ଶପଥ ନେଇଥିବା ତୁଲସୀ ଗାବାର୍ଡଙ୍କୁ ମୋଦି ସାକ୍ଷାତ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri