ବାଲିଯାତ୍ରାର ଐତିହାସିକ ସୁଖ୍ୟାତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୮।୧: ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଉତ୍କର୍ଷ ଓଡ଼ିଶା କନକେଭ୍‌କୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି, ଚଳିତ ଜାନୁଆରୀରେ ଓଡ଼ିଶାକୁ ଏହା ମୋର ଦ୍ବିତୀୟ ଗସ୍ତ। ଓଡ଼ିଶାରେ ଏହା ସବୁଠାରୁ ବଡ଼ ବ୍ୟାବସାୟିକ ସମ୍ମିଳନୀ। ବିକଶିତ ଭାରତ ନିର୍ମାଣରେ ପୂର୍ବ ଭାରତର ଯୋଗଦାନ ବହୁତ ଅଧିକ।
ଏହାସହ ବାଲିଯାତ୍ରାର ଐତିହାସିକ ସୁଖ୍ୟାତି ବଖାଣିଛନ୍ତି ପ୍ରଧାନମନ୍ତ୍ରୀ। ଦକ୍ଷିଣପୂର୍ବ ଭାରତ ସହ ଓଡ଼ିଶାର ସମ୍ପର୍କ ବହୁ ପୁରୁଣା। ସିଙ୍ଗାପୁର ରାଷ୍ଟ୍ରପତି ମଧ୍ୟ ନିକଟରେ ଆସି ସମ୍ଭାବନା ଉଜ୍ଜ୍ବଳ କରିଛନ୍ତି। ଏହି ସମୟ ଠିକ ସମୟ ବୋଲି ମୁଖ୍ୟମନ୍ତ୍ରୀ ଯାହା କହିଛନ୍ତି ତାକୁ ସମର୍ଥନ କରୁଛି। ବର୍ତ୍ତମାନ ଏଆଇର ଯୁଗ, ମାତ୍ର ଭାରତ ପାଇଁ ଏହା ଆସ୍ପେରେସନ ଇଣ୍ଡିଆ। ଓଡ଼ିଶା ଏହି ଆସ୍ପେରେସନକୁ ପ୍ରତିନିଧିତ୍ବ କରୁଛି। ଓଡ଼ିଶା ବହୁତ ଜଲଦି ଉଚ୍ଚରେ ପହଞ୍ଚିବ, ଯାହା କେହି କଳ୍ପନା କରି ନ ଥିବେ ବୋଲି ପ୍ରଧାନମନ୍ତ୍ରୀ ମୋଦି।

ସେହିପରି ଏହି କନକ୍ଲେଭ୍‌କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗିଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ମୁଁ ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ପ୍ରଧାନମନ୍ତ୍ରୀ ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର କରିବାକୁ ଚାହୁଁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନରେ ଆମେ ମଧ୍ୟ ସାମିଲ ହେବାକୁ ଯାଉଛୁ।

ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri