Posted inଜାତୀୟ

ଭୋପାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ୧୧ତମ ବନ୍ଦେ ଭାରତ ଏକ୍ସପ୍ରେସର କରିବେ ଶୁଭାରମ୍ଭ

ଭୋପାଳ,୧।୪: ଭୋପାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏବଂ ରାଜ୍ୟପାଳ ମଙ୍ଗୁଭାଇ ପଟେଲ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଏହି ଗସ୍ତ ସମୟରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟର ପ୍ରଥମ ତଥା ଦେଶର ୧୧ତମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ।

ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ରାଜ୍ୟରେ ଭାଜପା ପକ୍ଷରୁ ରୋଡ ଶୋ’ ଏବଂ ଭବ୍ୟ ସ୍ବାଗତ ପାଇଁ ଯୋଜନା କରିଥିଲା। ହେଲେ ଇନ୍ଦୋରରେ ରାମ ନବମୀ ମହୋତ୍ସବରେ ଘଟିଥିବା ଘଟଣାକୁ ଦୃଷ୍ଟିରେ ରଖି ଭାଜପା ଏହି କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି।

କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଅପରାହ୍ନ ୩.୦୫ରେ କୁଶଭାଉ ଠାକ୍‌ରେ ଅଡିଟୋରିୟମରୁ କାର୍‌ ଯୋଗେ ବାହାରି ଅପରାହ୍ନ ୩ଟା୧୫ରେ ରାଣୀ କମଲାପାଟୀ ରେଳ ଷ୍ଟେଶନରେ ପହଞ୍ଚି ୧୧ତମ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ଏହାପରେ ୩.୩୫ରେ ରେଳ ଷ୍ଟେଶନରୁ ବାହାରି ବିୟୁ କ୍ୟାମ୍ପସକୁ ଯିବେ। ସେଠାରୁ ବିୟୁ ହେଲିପ୍ୟାଡ ଯୋଗେ ଭୋପାଳ ବିମାନବନ୍ଦର ଅଭିମୁଖେ ଯାତ୍ରା କରିବେ ଏବଂ ଅପରାହ୍ନ ୪ଟାରେ ଭୋପାଳ ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?