Posted inଜାତୀୟ

ବିଶ୍ୱକପ୍‌ ଟ୍ରଫି ଧରିଲେ ପ୍ରଧାନମନ୍ତ୍ରୀ ମୋଦି: ଖୁସିରେ ଗଦ୍‌ଗଦ୍‌ ହୋଇ ଖେଳାଳିଙ୍କ ସହ କଲେ ଆଲୋଚନା,ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ୨୦୨୪ ଟ୍ରଫି ଜିତିବା ପରେ ଶେଷରେ ଘରକୁ ଫେରିଛି। ବାର୍ବାଡୋସରୁ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରେ ପହଞ୍ଚିବା ପରେ ଟିମ ଇଣ୍ଡିଆର ସମସ୍ତ ଖେଳାଳି ହୋଟେଲ ଅଭିମୁଖେ ଯାତ୍ରା କରିଥିଲେ। ହୋଟେଲ୍‌ର କେକ୍‌ କାଟି ସେଲିବ୍ରେସଶନ ପରେ ଖେଳାଳିମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ପ୍ରଧାନମନ୍ତ୍ରୀ ନିବାସ ଯାଇଥିଲେ। ସେଠାରେ ମୋଦିଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ଖେଳାଳିଙ୍କୁ ଭେଟିବା ପରେ ବେଶ୍‌ ଖୁସି ଥିବା ଜଣାପଡୁଥିଲେ। ପରେ ସେ ହାତରେ ବିଶ୍ୱକପ୍‌ ଟ୍ରଫି ଧରି ଖେଳାଳିଙ୍କ ସହ ଫଟୋ ଉଠାଇଥିଲେ। ଅଧିନାୟକ ରୋହିତ ଶର୍ମା, ବ୍ୟାଟ୍ସମ୍ୟାନ ବିରାଟ କୋହଲି, ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ସୂର୍ଯ୍ୟକୁମାର ଯାଦବ ଏବଂ ରିଷଭ ପନ୍ତ ଏବଂ କୋଚ ରାହୁଲ ଦ୍ରାବିଡଙ୍କ ସମେତ ସମସ୍ତ ୧୫ ଖେଳାଳି ମୋଦିଙ୍କୁ ଭେଟିଥିଲେ।
ଏହି ସାକ୍ଷାତ ଶେଷ ହେବା ପରେ ଭାରତୀୟ ଦଳର ଖେଳାଳିମାନେ ମୁମ୍ବାଇରେ ଆୟୋଜିତ ବିଜୟ ପରେଡରେ ଭାଗ ନେବାକୁ ଦିଲ୍ଲୀ ବିମାନବନ୍ଦର ଅଭିମୁଖେ ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri