ବିଜୁ ପଟ୍ଟନାୟକଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ। ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସେ ପ୍ରତିବଦ୍ଧ ଥିଲେ।

ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହକୁ ରାଜ୍ୟ ସରକାର ପାଳନ କରିବାକୁ ଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି। ଜୟଦେବ ଭବନଠାରେ ସା ୭ଟା ସମୟରେ ଏହି କାର୍ଯ୍ୟକ୍ରମ ରାଜ୍ୟସ୍ତରୀୟ ଭାବେ ପାଳନ ହେବାକୁ ଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଯୋଗଦେବା ଲାଗି ନବୀନଙ୍କୁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଲେ ଏହାର ଶୋଭାବର୍ଦ୍ଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ହେଲେ ମୁଖ୍ୟମନ୍ତ୍ରୀଙ୍କ ଏଭଳି ନିମନ୍ତ୍ରଣ ପତ୍ରକୁ ନେଇ ରାଜନୀତି ଜୋର୍‌ ଧରିଛି। ହ୍ବାଟ୍ସଆପ୍‌ ଜରିଆରେ ବିରୋଧୀ ଦଳ ନେତାଙ୍କୁ ଏଭଳି ନିମନ୍ତ୍ରଣ ଆସିବା କଥା କହି ବିଜେଡି ପାଲଟା ସରକାରଙ୍କ ଉପରେ ବର୍ଷିଛି। ବିଜୁ ବାବୁଙ୍କୁ ନେଇ ଭାଜପା ସରକାର ରାଜନୀତି କରୁଥିବା ବିଜେଡି ଅଭିଯୋଗ କରିଛି।

ଅନ୍ୟପଟେ, ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍‌ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ହେଲେ ରାଜ୍ୟରେ ପ୍ରଥମ ଥର ଲାଗି ଗତ ସାଧାରଣ ନିର୍ବାଚନରେ ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନ ଗାଦିରୁ ହଟିଛି। ରାଜ୍ୟରେ ପ୍ରଥମ ଥର ଲାଗି ଭାଜପା ଶାସନ କ୍ଷମତାକୁ ଆସିବା ପରେ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀରେ ପାଳନ ହେଉଥିବା ପଞ୍ଚାୟତିରାଜ ଦିବସର ତାରିଖରେ ପରିବର୍ତ୍ତନ କରିଛି। ରାଜ୍ୟ ସରକାର ସୋମବାର ଏକ ବିଜ୍ଞପ୍ତି ପ୍ରକାଶ କରି ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ହେବ ବୋଲି ଘୋଷଣା କରିଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଏପରିକି ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୫କୁ ଯେଉଁ ସରକାରୀ ଛୁଟିଦିନ ଭାବେ ଗଣାଯାଉଥିଲା ତାକୁ ମଧ୍ୟ ପରିବର୍ତ୍ତନ କରିଦିଆଯାଇଛି। ଭାଜପା ସରକାରଙ୍କ ଏଭଳି ପଦକ୍ଷେପ ବିରୋଧରେ ଉଭୟ ବିଜେଡି ଓ କଂଗ୍ରେସ ବର୍ଷିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri