ବିଜୁ ପଟ୍ଟନାୟକଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ। ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସେ ପ୍ରତିବଦ୍ଧ ଥିଲେ।

ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହକୁ ରାଜ୍ୟ ସରକାର ପାଳନ କରିବାକୁ ଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି। ଜୟଦେବ ଭବନଠାରେ ସା ୭ଟା ସମୟରେ ଏହି କାର୍ଯ୍ୟକ୍ରମ ରାଜ୍ୟସ୍ତରୀୟ ଭାବେ ପାଳନ ହେବାକୁ ଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଯୋଗଦେବା ଲାଗି ନବୀନଙ୍କୁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଲେ ଏହାର ଶୋଭାବର୍ଦ୍ଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ହେଲେ ମୁଖ୍ୟମନ୍ତ୍ରୀଙ୍କ ଏଭଳି ନିମନ୍ତ୍ରଣ ପତ୍ରକୁ ନେଇ ରାଜନୀତି ଜୋର୍‌ ଧରିଛି। ହ୍ବାଟ୍ସଆପ୍‌ ଜରିଆରେ ବିରୋଧୀ ଦଳ ନେତାଙ୍କୁ ଏଭଳି ନିମନ୍ତ୍ରଣ ଆସିବା କଥା କହି ବିଜେଡି ପାଲଟା ସରକାରଙ୍କ ଉପରେ ବର୍ଷିଛି। ବିଜୁ ବାବୁଙ୍କୁ ନେଇ ଭାଜପା ସରକାର ରାଜନୀତି କରୁଥିବା ବିଜେଡି ଅଭିଯୋଗ କରିଛି।

ଅନ୍ୟପଟେ, ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍‌ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ହେଲେ ରାଜ୍ୟରେ ପ୍ରଥମ ଥର ଲାଗି ଗତ ସାଧାରଣ ନିର୍ବାଚନରେ ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନ ଗାଦିରୁ ହଟିଛି। ରାଜ୍ୟରେ ପ୍ରଥମ ଥର ଲାଗି ଭାଜପା ଶାସନ କ୍ଷମତାକୁ ଆସିବା ପରେ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀରେ ପାଳନ ହେଉଥିବା ପଞ୍ଚାୟତିରାଜ ଦିବସର ତାରିଖରେ ପରିବର୍ତ୍ତନ କରିଛି। ରାଜ୍ୟ ସରକାର ସୋମବାର ଏକ ବିଜ୍ଞପ୍ତି ପ୍ରକାଶ କରି ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ହେବ ବୋଲି ଘୋଷଣା କରିଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଏପରିକି ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୫କୁ ଯେଉଁ ସରକାରୀ ଛୁଟିଦିନ ଭାବେ ଗଣାଯାଉଥିଲା ତାକୁ ମଧ୍ୟ ପରିବର୍ତ୍ତନ କରିଦିଆଯାଇଛି। ଭାଜପା ସରକାରଙ୍କ ଏଭଳି ପଦକ୍ଷେପ ବିରୋଧରେ ଉଭୟ ବିଜେଡି ଓ କଂଗ୍ରେସ ବର୍ଷିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri