Posted inଜାତୀୟ

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର ଚତୁର୍ଥ ସଂସ୍କରଣରେ ଦେଶର ପ୍ରଧାନମନ୍ତ୍ରୀ ୧୦୦ ଦିନର କାର୍ଯ୍ୟ ସହିତ ଆଗାମୀ ୧୦୦୦ ବର୍ଷ ପାଇଁ ଯୋଜନା ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି। ଏହାପୂର୍ବରୁ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୪୭ ସୁଦ୍ଧା ଦେଶର ବିକାଶ ବିଷୟରେ କହିଥିଲେ।

ଗାନ୍ଧିନଗରରେ ଚାଲିଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ (ରି-ଇନ୍‌ଭେଷ୍ଟ 2024)ର ଚତୁର୍ଥ ସଂସ୍କରଣକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି, ତୃତୀୟ କାର୍ଯ୍ୟକାଳର ପ୍ରଥମ ୧୦୦ ଦିନରେ ତାଙ୍କ ସରକାର ଦେଶର ଦ୍ରୁତ ଅଗ୍ରଗତି ପାଇଁ ପ୍ରତ୍ୟେକ କ୍ଷେତ୍ର ଉପରେ ଧ୍ୟାନ ଦେବାକୁ ଚେଷ୍ଟା କରିଛନ୍ତି। କେବଳ ଦେଶବାସୀ ନୁହଁନ୍ତି ସମଗ୍ର ବିଶ୍ୱ ଅନୁଭବ କରୁଛି ଯେ ଏକବିଂଶ ଶତାବ୍ଦୀ ପାଇଁ ଭାରତ ହେଉଛି ସର୍ବଶ୍ରେଷ୍ଠ ସ୍ଥାନ। ପ୍ରଥମ ୧୦୦ ଦିନରେ (କେନ୍ଦ୍ର ସରକାରଙ୍କ ତୃତୀୟ କାର୍ଯ୍ୟକାଳ) ଆମର ପ୍ରାଥମିକତା, ଗତି ଏବଂ ମାପ ଦେଖିପାରିବେ। ଦେଶର ଦ୍ରୁତ ଅଗ୍ରଗତି ପାଇଁ ଆବଶ୍ୟକ ପ୍ରତ୍ୟେକ କ୍ଷେତ୍ର ଏବଂ କାରକ ପ୍ରତି ଧ୍ୟାନ ଦେବାକୁ ଆମେ ଚେଷ୍ଟା କରିଛୁ।

ସେ କହିଛନ୍ତି,ଆଗାମୀ ୧୦୦୦ ବର୍ଷ ପାଇଁ ଭାରତ ଅଭିବୃଦ୍ଧି ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରୁଛି ଏବଂ କେବଳ ଶୀର୍ଷରେ ପହଞ୍ଚିବା ଉପରେ ନୁହେଁ ବରଂ ସେହି ସ୍ଥିତିକୁ ବଜାୟ ରଖିବା ଉପରେ ଧ୍ୟାନ ଦିଆଯାଇଛି। ଅଯୋଧ୍ୟା ଏବଂ ଅନ୍ୟ ୧୬ଟି ସହରକୁ ମଡେଲ ‘ସୌର ସହର’ ଭାବରେ ବିକଶିତ କରିବାକୁ ସରକାର କାର୍ଯ୍ୟ କରୁଛନ୍ତି। ୧୪୦ କୋଟି ଭାରତୀୟ ଦେଶକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?