ନୂଆଦିଲ୍ଲୀ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରର ବାରାମତିରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସେ ଗଭୀର ସମବେଦନା ପ୍ରକାଶ କରିଛନ୍ତି ଏବଂ ଏହି କଷ୍ଟକର ସମୟରେ ଶୋକସନ୍ତପ୍ତ ପରିବାରକୁ ସାହସ ଏବଂ ଶକ୍ତି କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ, ଅଜିତ ପାୱାର ଜଣେ ଜନନେତା ଥିଲେ ଯାହାଙ୍କର ଏକ ଦୃଢ଼ ଜନସମର୍ଥନ ଥିଲା। ମହାରାଷ୍ଟ୍ରର ଲୋକଙ୍କ ସେବାରେ ତାଙ୍କର କଠିନ ପରିଶ୍ରମ ଏବଂ ନିଷ୍ଠା ପାଇଁ ତାଙ୍କୁ ବ୍ୟାପକ ଭାବରେ ସମ୍ମାନିତ କରାଯାଇଥିଲା। ପ୍ରଶାସନିକ ବ୍ୟାପାର ପ୍ରତି ତାଙ୍କର ବୁଝାମଣା, ଗରିବ ଏବଂ ଅବହେଳିତ ଲୋକଙ୍କୁ ସଶକ୍ତ କରିବା ପାଇଁ ତାଙ୍କର ଆଗ୍ରହ ମଧ୍ୟ ଉଲ୍ଲେଖନୀୟ ଥିଲା। ତାଙ୍କର ଅକାଳ ବିୟୋଗ ଗଭୀର ଭାବରେ ମର୍ମାହତ ଏବଂ ଦୁଃଖଦାୟକ। ପ୍ରଧାନମନ୍ତ୍ରୀ ତାଙ୍କ ପରିବାର ଏବଂ ତାଙ୍କ ଅଗଣିତ ପ୍ରଶଂସକଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।
Saddened by the tragic air crash in Baramati, Maharashtra. My thoughts are with all those who lost their loved ones in the crash. Praying for strength and courage for the bereaved families in this moment of profound grief.
— Narendra Modi (@narendramodi) January 28, 2026
Shri Ajit Pawar Ji was a leader of the people, having a strong grassroots level connect. He was widely respected as a hardworking personality at the forefront of serving the people of Maharashtra. His understanding of administrative matters and passion for empowering the poor and… pic.twitter.com/mdgwwGzw4R
— Narendra Modi (@narendramodi) January 28, 2026
Dharitri – Odisha’s No.1 Odia Daily

