ନମିତା ଅଗ୍ରଓ୍ବାଲଙ୍କ ଓଡ଼ିଆ ରାମ ଭଜନର ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୮।୧: ଜାନୁଆରୀ ୨୨ରେ ରାମମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ନେଇ ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ସମସ୍ତେ ସେହି ଦିନକୁ ଅପେକ୍ଷା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ଗାୟିକା ନମିତା ଅଗ୍ରଓ୍ବାଲଙ୍କ କଣ୍ଠରେ ରାମ ଭଜନର ଏକ ଭିଡିଓ ଏକ୍ସରେ ଶେୟାର କରିଛନ୍ତି। ଭିଡିଓ ଶେୟାର କରି ସେ କହିଛନ୍ତି, ଭାରତର ପ୍ରତ୍ୟେକ କୋଣରେ ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ଭକ୍ତି ଅଛି। ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ତାଙ୍କ ପାଇଁ ଉତ୍ସର୍ଗୀକୃତ ଅନେକ ଭଜନ ପାଇବେ। ଓଡିଆରେ ଏହିପରି ଗୋଟିଏ ପ୍ରୟାସ ହୋଇଛି। ପ୍ରଧାନମନ୍ତ୍ରୀ ଶେୟାର କରିଥିବା ଭିଡିଓର ଶୀର୍ଷକଟି ହେଉଛି, ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ…।
ନମିତା ଅଗ୍ରଓ୍ବାଲ ପ୍ରଭୁ ଜଗନ୍ନାଥ ହେଉ କି ଶିବ ଏବଂ ରାମଙ୍କୁ ନେଇ ଅନେକ ଭଜନ ଗାଇଛନ୍ତି। ତାଙ୍କ କଣ୍ଠର ଯାଦୁରେ ସେ ଶ୍ରୋତାମାନଙ୍କୁ ମନ୍ତ୍ରଗୁଗ୍ଧ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri