ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍‌ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ମତଦାନ ବୁଥରୁ ଆସି ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି। ଏହି ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ସହ ନଜର ଆସିଥିଲେ। ଶାହା ମଧ୍ୟ ଆଜି ମତାଧିକାର ସାବ୍ୟସ୍ତ କରିଛନ୍ତି।
ସୂଚନାଯୋଗ୍ୟ,୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୯, ଛତିଶଗଡ଼ର ୭, ବିହାରର ୫, ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏ, ଗୋଆ ଏବଂ ଦାଦ୍ରା ନଗର ହାଭେଲି ଓ ଡାମନର ୨ଟି ଲେଖାଏ ଆସନରେ ଭୋଟ ଚାଲିଛି। ୧୭ କୋଟିରୁ ଊର୍ଦ୍ଧ୍ୱ ମତଦାତା ୧ ଲକ୍ଷ ୮୫ ହଜାର ଭୋଟକେନ୍ଦ୍ରରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ବରିଷ୍ଠ ଭାଜପା ନେତା ଅମିତ୍‌ ଶାହା, ମନସୁଖ ମାଣ୍ଡବ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ପ୍ରହଲ୍ଲାଦ ଜୋଷୀ, ଶିବରାଜ ସିଂ ଚୌହାନ, ବାସବରାଜ ବୋମାଇ, କଂଗ୍ରେସ ନେତା ଦିଗବିଜୟ ସିଂ, ସମାଜବାଦୀ ପାର୍ଟିର ଡିମ୍ପଲ ଯାଦବ ଏବଂ ଏନ୍‌ସିପି(ଏସ୍‌ପି) ନେତ୍ରୀ ସୁପ୍ରିୟା ସୁଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri