୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ଜିଲା ଚଣ୍ଡିଖୋଲ ଯାତ୍ରା କରି ଏକ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ/ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଏକ ସାଧାରଣ ସଭାରେ ଯୋଗଦେବେ। ସେଠାରେ କାର୍ଯ୍ୟକ୍ରମ ସରିବା ପରେ ସେ ସାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ବିମାନ ଯୋଗେ କୋଲ୍‌କାତା ଅଭିମୁଖେ ଯାତ୍ରା କରିବେ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମର ଆନୁଷଙ୍ଗିକ ପ୍ରଶାସନିକ ପ୍ରସ୍ତୁତି ଓ ସୁରକ୍ଷା ସମ୍ପର୍କିତ ତଦାରଖ ବ୍ୟବସ୍ଥା ବିଷୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଶୁକ୍ରବାର ଲୋକସେବା ଭବନରେ ରାଜ୍ୟ ପ୍ରଶାସନ ତଥା ପୋଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀଙ୍କ ସହ ସବିଶେଷ ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ପହଞ୍ଚତ୍ବା ପରେ ତାଙ୍କୁ ପାଛୋଟି ନେବା ଓ ମେଲାଣି ଦେବା ସମୟରେ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ତାଙ୍କର ଜରୁରିକାଳୀନ ସାମୟିକ ରହଣି ବ୍ୟବସ୍ଥା, ପ୍ରସ୍ତୁତ ହେବାକୁ ଥିବା ମଞ୍ଚର ସୁରକ୍ଷା ଯାଞ୍ଚ, କାରକେଡ୍‌ ବ୍ୟବସ୍ଥା, ଭିଭିଆଇପି ଯାତ୍ରା ସମୟରେ ବିଭିନ୍ନ ସେବା ପାଇଁ ଆବଶ୍ୟକ ଯାନ ବ୍ୟବସ୍ଥା, ବ୍ୟବହୃତ ହେବାକୁଥିବା ହେଲିକପ୍ଟରର ନିରାପତ୍ତା, ଚିକିତ୍ସା ବ୍ୟବସ୍ଥା ପାଇଁ ଆମ୍ବୁଲାନ୍ସ ପ୍ରସ୍ତୁତି, କାର୍ଯ୍ୟକ୍ରମ ସ୍ଥଳ ନିକଟସ୍ଥ ଡାକ୍ତରଖାନାକୁ ସ୍ବତନ୍ତ୍ର ବ୍ୟବସ୍ଥା ସହ ପୂର୍ଣ୍ଣ ପ୍ରସ୍ତୁତ ରଖିବା, ଭିଭିଆଇପିଙ୍କ ଦ୍ୱାରା ବ୍ୟବହୃତ ହେବାକୁଥିବା ସଡ଼କର ଆବଶ୍ୟକ ମରାମତି ଓ ରକ୍ଷଣାବେକ୍ଷଣ, ପରିମଳ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହକୁ ନିଶ୍ଚିତ କରାଯିବା ସମ୍ପର୍କରେ ବୈଠକରେ ବିଶଦ୍‌ ଭାବେ ଆଲୋଚନା କରାଯାଇଛି। କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ପାଇଁ ରାଜ୍ୟ ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ। ଏହି ସମୀକ୍ଷା ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବରିଷ୍ଠ ଅଧିକାରୀ ଏବଂ ପୋଲିସ ଡିଜି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri