ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି: ହାଇଆଲର୍ଟରେ ଝାରସୁଗୁଡ଼ା

ଭୁବନେଶ୍ୱର,୨୬।୯: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ହାଇଆଲର୍ଟରେ ରହିଛି ଝାରସୁଗୁଡ଼ା ସହର। ସେପ୍ଟେମ୍ବର ୨୭ ତାରିଖ ଅର୍ଥାତ ଆସନ୍ତାକାଲି ଝାରସୁଗୁଡ଼ାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ଯୁବ ସମାବେଶ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ।

ପୂର୍ବାହ୍ନ ୧୧ଟା ୧୦ ମିନିଟରେ ପ୍ରଧାନମନ୍ତ୍ରୀ ମୋଦି ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ସାରି ୧୨ଟା ୪୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଅନ୍ୟପକ୍ଷେ, ରାଜ୍ୟ ପୋଲିସ ଡିଜି ୱାଇ.ବି. ଖୁରାନିଆ ସୁରକ୍ଷାକୁ ନେଇ ବୈଠକ କରିବା ସହିତ ସଭାସ୍ଥଳରେ ସମୀକ୍ଷା କରିଛନ୍ତି। ତାଙ୍କ ସହ ଏଡିଜି ସନ୍ତୋଷ ବାର୍ଲା, ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ଆରଡିସି ସଚିନ ରାମଚନ୍ଦ୍ର ୟାଦବ, ଜିଲାପାଳ କୁନାଲ ମୋତିରାମ ଚୌହାନଙ୍କ ସହିତ ଝାରସୁଗୁଡ଼ା ଏସ୍‌ପିଜି ଆର ରାଘବେନ୍ଦ୍ରଙ୍କ ସହିତ ଏନଏସଜି କମାଣ୍ଡୋମାନେ ମଧ୍ୟ ସଭାସ୍ଥଳର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri