ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି: ହାଇଆଲର୍ଟରେ ଝାରସୁଗୁଡ଼ା

ଭୁବନେଶ୍ୱର,୨୬।୯: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ହାଇଆଲର୍ଟରେ ରହିଛି ଝାରସୁଗୁଡ଼ା ସହର। ସେପ୍ଟେମ୍ବର ୨୭ ତାରିଖ ଅର୍ଥାତ ଆସନ୍ତାକାଲି ଝାରସୁଗୁଡ଼ାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ଯୁବ ସମାବେଶ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ।

ପୂର୍ବାହ୍ନ ୧୧ଟା ୧୦ ମିନିଟରେ ପ୍ରଧାନମନ୍ତ୍ରୀ ମୋଦି ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ସାରି ୧୨ଟା ୪୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଅନ୍ୟପକ୍ଷେ, ରାଜ୍ୟ ପୋଲିସ ଡିଜି ୱାଇ.ବି. ଖୁରାନିଆ ସୁରକ୍ଷାକୁ ନେଇ ବୈଠକ କରିବା ସହିତ ସଭାସ୍ଥଳରେ ସମୀକ୍ଷା କରିଛନ୍ତି। ତାଙ୍କ ସହ ଏଡିଜି ସନ୍ତୋଷ ବାର୍ଲା, ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ଆରଡିସି ସଚିନ ରାମଚନ୍ଦ୍ର ୟାଦବ, ଜିଲାପାଳ କୁନାଲ ମୋତିରାମ ଚୌହାନଙ୍କ ସହିତ ଝାରସୁଗୁଡ଼ା ଏସ୍‌ପିଜି ଆର ରାଘବେନ୍ଦ୍ରଙ୍କ ସହିତ ଏନଏସଜି କମାଣ୍ଡୋମାନେ ମଧ୍ୟ ସଭାସ୍ଥଳର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri