ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ମାଷ୍ଟରକ୍ୟାଣ୍ଟିନଛକ ଠାରୁ ରୋଡ ଶୋ’ ଆରମ୍ଭ ହୋଇ ବାଣୀବିହାର ଛକ ପର୍ଯ୍ୟନ୍ତ ଆସିବ। ଏହି ରୋଡ ଶୋ’ରେ ଜନସାଧାରଣଙ୍କୁ ସାମିଲ ହେବାକୁ ଭୁବନେଶ୍ୱର ଭାଜପା ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନିବେଦନ କରିଛନ୍ତି।

୨୦୧୯ରେ ପ୍ରଧାନମନ୍ତ୍ରୀ ମୋଦୀ ଭୁବନେଶ୍ୱରରେ ରୋଡ ଶୋ’ କରିଥିଲେ । ଆସନ୍ତା ୧୦ ଓ ୧୧ ତାରିଖରେ ୨ ଦିନିଆ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଏହାପୂର୍ବରୁ ମଇ ୬ ତାରିଖରେ ମଧ୍ୟ ଓଡ଼ିଶା ଗସ୍ତରେ ଆସି ବ୍ରହ୍ମପୁର ଓ ନବରଙ୍ଗପୁରରେ ହୋଇଥିବା ନିର୍ବାଚନୀ ସଭାକୁ ମୋଦି ଉଦ୍‌ବୋଧନ କରିଥିଲେ। ଏପରିକି ଏହି ଜନସଭାରେ ବିଜେଡି ସରକାରଙ୍କୁ ଟାର୍ଗେଟ କରିବା ଜୁନ୍‌ ୪ ବିଜେଡିର ଏକ୍ସପାଏରି ଡେଟ୍‌ ବୋଲି ମୋଦି କହିଥିଲେ। ଏପରିକି କେଡସହ ଜୁନ ୧୦ତାରିଖରେ ଭାଜପାର ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ।

ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭାଜପାକୁ ଟାର୍ଗେଟ୍‌ କରିଥିଲେ। ଭାଜପା ଦିନରେ ସ୍ବପ୍ନ ଦେଖୁଛି ବୋଲି ନବୀନ କହିଥିଲେ। ରାଜ୍ୟରେ ସରକାର ଗଢିବା ନେଇ ଉଭୟ ଭାଜପା ଏବଂ ବିଜେଡି ମଧ୍ୟରେ ବୟାନବାଜି ଜୋର୍‌ଦାର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri