ୟୁନୁସଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି! ଅଡୁଆରେ ହାସିନା…

ନୂଆଦିଲ୍ଲୀ,୧୪।୮: ବାଂଲାଦେଶରେ ନିକଟରେ ହୋଇଥିବା ଅସ୍ଥିରତା ପରେ ବର୍ତ୍ତମାନ ଦେଶର କମାଣ୍ଡ ମହମ୍ମଦ ୟୁନୁସଙ୍କ ହାତରେ। ବାଂଲାଦେଶରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମହମ୍ମଦ ୟୁନୁସଙ୍କ ସାକ୍ଷାତକାର ହୋଇପାରେ ବୋଲି କୁହାଯାଉଛି। ମୋଦି ଏବଂ ନୋବେଲ ବିଜେତା ମହମ୍ମଦ ୟୁନୁସ BIMSTEC ସମ୍ମିଳନୀରେ ସାକ୍ଷାତ କରିପାରନ୍ତି ବୋଲି ସୂଚନା ମିଳିଛି। ସେପ୍ଟେମ୍ବର ୨ ବ୍ୟାଙ୍ଗକକ୍‌ରେ ବିଏମଷ୍ଟେକ ସମ୍ମିଳନୀ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ବାଂଲାଦେଶ ସରକାରଙ୍କ ମଧ୍ୟବର୍ତ୍ତୀକାଳୀନ ମୁଖ୍ୟ ମହମ୍ମଦ ୟୁନୁସ ବାଂଲାଦେଶର ପ୍ରତିନିଧିତ୍ୱ କରିପାରନ୍ତି। ଏହି ସମୟ ମଧ୍ୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିପାରନ୍ତି। ଏହି ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଭାରତର ପ୍ରତିନିଧିତ୍ୱ କରିବେ।

ଥାଇଲ୍ୟାଣ୍ଡରେ ଆସନ୍ତା ମାସରେ BIMSTEC ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଭାରତ, ବାଂଲାଦେଶ, ଥାଇଲ୍ୟାଣ୍ଡ, ଭୁଟାନ, ନେପାଳ, ଶ୍ରୀଲଙ୍କା ଏବଂ ମିଆଁମାରକୁ ନେଇ ଗଠିତ ଏହି ବହୁପକ୍ଷୀୟ ସଂଗଠନର ଗୁରୁତ୍ୱ ଗତ କିଛି ବର୍ଷ ମଧ୍ୟରେ ବୃଦ୍ଧି ପାଇଛି। ଏହାର ଏକ କାରଣ ହେଉଛି ଭାରତ-ପାକିସ୍ତାନ ତିକ୍ତତା। ତେବେ ଏହି ସାକ୍ଷାତକାରରେ ଶେଖ ହାସିନାଙ୍କୁ କ୍ଷମତାରୁ ହଟାଇବାକୁ ନେଇ ଏବଂ ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ ଆଲୋଚନା ହୋଇପାରେ।

ଭାରତ ପାଇଁ ୩ଟି ବଡ଼ ସମସ୍ୟା ମୁଣ୍ଡବିନ୍ଧାର କାରଣ ସାଜିଛି। ପ୍ରଥମ ଚାଇନାର ଦକ୍ଷିଣ ଏସୀୟ ଦେଶ ଆଡକୁ ଚୀନର ପଦକ୍ଷେପ। ଦ୍ୱିତୀୟ ବାଂଲାଦେଶ ସହିତ ସୀମା ଏବଂ ତୃତୀୟ ସେଠାରେ ଥିବା ସଂଖ୍ୟାଲଘୁ ହିନ୍ଦୁମାନଙ୍କ ସହ ବ୍ୟବହାର। ଚାଇନା ଏଇ ଭିତରେ ବଙ୍ଗୋପସାଗରରେ ନିଜର କ୍ଷମତା ବିସ୍ତାର କରିବାରେ ଲାଗିଛି। ଦ୍ୱିତୀୟ ସମସ୍ୟା ହେଉଛି ବାଂଲାଦେଶରେ ଅରାଜକତା ପଳାୟନ କରୁଥିବା ଲୋକମାନେ।

ସୋମବାର ପର୍ଯ୍ୟନ୍ତ ଭାରତ ସୀମା ଅତିକ୍ରମ କରିବାକୁ ଚେଷ୍ଟା କରୁଥିବା ପ୍ରାୟ ଏକ ଡଜନ ବାଂଲାଦେଶୀଙ୍କୁ ଗିରଫ କରାଯାଇଛି। ହିଂସା ଏବଂ ରାଜନୈତିକ ଅସ୍ଥିରତାରୁ ରକ୍ଷା ପାଇବା ପାଇଁ ଏହି ଲୋକମାନେ ଭାରତ ଆସିବାକୁ ଚେଷ୍ଟା କରୁଛନ୍ତି।ତେବେ ଏହାକୁ ନେଇ ମଧ୍ୟ ୟୁସୁସଙ୍କ ସହ ମୋଦି ଆଲୋଚନା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri