Posted inଜାତୀୟ

ଏହିଦିନ ପ୍ରଧାନମନ୍ତ୍ରୀ ମୋଦି ନେବେ ଅବସର: କେଜ୍‌ରିଓ୍ବାଲ କଲେ ପୂର୍ବାନୁମାନ

ଲକ୍ଷ୍ନୌ,୧୬।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ନିର୍ବାଚନ ପ୍ରଚାର ପାଇଁ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପହଞ୍ଚିଛନ୍ତି। ଇଣ୍ଡି ମେଣ୍ଟ ସଦସ୍ୟ ଅଖିଳେଶ ଯାଦବଙ୍କ ସହ ଏକ ଖବରଦାତା ସମ୍ମିଳନୀରେ ସେ ଭାଜପା ଉପରେ ବର୍ଷିଛନ୍ତି। କେଜ୍‌ରିୱାଲ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସର ନେଇ ପୂର୍ବାନୁମାନ କରିଛନ୍ତି। ସେ କହିଛନ୍ତି, ସେପ୍ଟେମ୍ବର ୧୭, ୨୦୨୫ ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ୭୫ ବର୍ଷ ହେବ। ପ୍ରଧାନମନ୍ତ୍ରୀ ମୋଦି ଅମିତ ଶାହାଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ଏହି ଦିନ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ଏପର୍ଯ୍ୟନ୍ତ କହି ନାହାଁନ୍ତି ଯେ ସେ ୭୫ ବର୍ଷରେ ଅବସର ନେବେ କରିବେ। କିନ୍ତୁ ସେ ଏହା ନିୟମ କରିଛନ୍ତି, ମୋର ସମ୍ପୂର୍ଣ୍ଣ ଆଶା ଅଛି ଯେ ସେ ଏହି ନିୟମ ପାଳନ କରିବେ।
କେଜ୍‌ରିୱାଲ ଆହୁରି ମଧ୍ୟ କହିଛନ୍ତି, ଟ୍ରେଣ୍ଡରୁ ଜଣାପଡିଛି ଯେ ଭାଜପା ୨୨୦ରୁ କମ ଆସନ ପାଇବ। ହରିୟାଣା, ଦିଲ୍ଲୀ, ପଞ୍ଜାବ, କର୍ନାଟକ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ୟୁପି, ବିହାର, ଝାଡଖଣ୍ଡ ଏବଂ ରାଜସ୍ଥାନରେ ସେମାନଙ୍କର ଆସନ ହ୍ରାସ ହେବାକୁ ଯାଉଛି। ଭାଜପା ନୁହେଁ, ଇଣ୍ଡିଆ ମେଣ୍ଟ ସରକାର ଗଢିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନକ୍‌ଭିଙ୍କ ବଡ଼ ସୂଚନା: ବିନା ଦର୍ଶକରେ ହେବ ପାକିସ୍ତାନ କ୍ରିକେଟ ଲିଗ୍‌

ଲାହୋର, ୨୨ା୩: ମାର୍ଚ୍ଚ ୨୬ରୁ ପାକିସ୍ତାନ କ୍ରିକେଟ ଲିଗ୍‌ (ପିଏସ୍‌ଏଲ) ଅନୁଷ୍ଠିତ ହେବ। ତେବେ ଇରାନ-ୟୁଏସ୍‌ଏ-ଇସ୍ରାଏଲ ଯୁଦ୍ଧ ଯୋଗୁ ପ୍ରତିଯୋଗିତା ବିନା ଦର୍ଶରେ ଅନୁଷ୍ଠିତ ହେବ। ପାକିସ୍ତାନ…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri