ଭିନେଶ ଫୋଗଟଙ୍କ ପାଇଁ ଏମିତି ଲେଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୮: ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିବା ପାଇଁ ଭିନେଶ ଫୋଗଟଙ୍କ ସ୍ବପ୍ନ ସ୍ବପ୍ନରେ ରହିଯାଇଛି। କାରଣ ଅଲିମ୍ପିକ୍ସରେ ଭିନେଶ ଫୋଗଟ ଡିସ୍କ୍ବାଲିଫାଏଡ ଘୋଷିତ ହୋଇଛନ୍ତି। ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ଡିସ୍କ୍ବାଲିଫାଏଡ ହୋଇଥିବା ସୂଚନା ମିଳିଛି। ୫୦ କେଜିଠାରୁ ଭିନେଶ ସାମାନ୍ୟ ଅଧିକ ଓଜନର ହୋଇଥିବାରୁ ସେ ଫାଇନାଲ ପୂର୍ବରୁ କଟି ଯାଇଛନ୍ତି।

ତେବେ ଏନେଇ ସୋସିଆଲ ମିଡିଆ ଏକ୍ସ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ପ୍ରବୋଧନା ଦେଇଛନ୍ତି। ସେ କହିଛନ୍ତି, ଭିନେଶ, ତୁମେ ଚାମ୍ପିଅନଙ୍କ ଭିତରେ ଚାମ୍ପିଅନ। ତୁମେ ଭାରତ ପାଇଁ ଗର୍ବ, ପ୍ରତି ଭାରତୀୟଙ୍କ ପାଇଁ ପ୍ରେରଣା। ଦୃଢ଼ତାର ସହ ପ୍ରତ୍ୟାବର୍ତ୍ତନ କର, ଆମେ ସମସ୍ତେ ତୁମ ସହ ଅଛୁ।

ସୂଚନାଥାଉ କି, ପ୍ୟାରିସ ଅଲିମ୍ପିକ୍ସରେ ସେ ଫାଇନାଲରେ ପହଞ୍ଚିବାକୁ ନେଇ ସାରା ଦେଶରେ ଆନନ୍ଦର ଲହରି ଖେଳି ଯାଇଥିଲା। ତାଙ୍କୁ ନେଇ ଜୋରସୋରରେ ଆଲୋଚନା ମଧ୍ୟ ଜାରି ରହିଥିଲା। ହେଲେ ତାଙ୍କର ଅଲିମ୍ପିକ୍ସରେ ମେଡାଲ ଜିତିବା ସ୍ବପ୍ନ ଅଧାରେ ରହିଯାଇଛି। କିନ୍ତୁ ସେ ଗତକାଲି ପ୍ରଥମ ରାଉଣ୍ଡରେ ଡିଫେଣ୍ଡିଂ ଚାମ୍ପିୟନ ତଥା ବିଶ୍ୱ ଚାମ୍ପିୟନ ଜାପାନର ୟୁଇ ସୁସାକିଙ୍କୁ ହରାଇଥିଲେ। ପରବର୍ତ୍ତୀ ମ୍ୟାଚରେ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ ୟୁକ୍ରେନ୍ର ଓକସାନା ଲିଭାଚଙ୍କୁ ହରାଇ ଇତିହାସ ରଚିଥିଲେ ଭିନେଶ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri