ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ପ୍ରଧାନମନ୍ତ୍ରୀ ମୋଦି ସକାଳ ୯ଟା୩୦ରେ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀର ଫୁଲବାଣୀ ଷ୍ଟାଡିୟମଠାରେ ଏକ ଜନସଭାରେ ଯୋଗଦେବେ। ଏହାପରେ ୧୧ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଏବଂ ୧ଟା ୩୦ରେ ବରଗଡ଼ ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହାପରେ ମୋଦି ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ରାତି ୮ଟା ୪୫ରେ ଭୁବନେଶ୍ୱରସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରୁ ବାଣୀବିହାର ପର୍ଯ୍ୟନ୍ତ ତାଙ୍କ ରୋଡ୍‌ ଶୋ କାର୍ଯ୍ୟକ୍ରମ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ପ୍ରାୟ ୧ ଘଣ୍ଟା ଧରି ଚାଲିଥିଲା। ତେବେ ମୋଦିଙ୍କୁ ଦେଖିବା ଲାଗି ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ରୋଡ୍‌ ଶୋ ଶେଷ କରିବା ପରେ ମୋଦି ବାଣୀବିହାରଠାରୁ ସିଧାସଲଖ ରାଜଭବନ ଅଭିମୁଖେ ଗସ୍ତକରି ରାତି ପ୍ରାୟ ୯ଟା ୫୩ ମିନିଟ୍‌ ସମୟରେ ସେଠାରେ ପହଞ୍ଚି ଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ଶୋ ଦେଖିବା ଲାଗି ଲକ୍ଷାଧିକ ଲୋକଙ୍କ ସମାଗମ ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri