Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟର ଗୌରବ: ଏଏପିର ନବନିର୍ବାଚିତ ବିଧାୟକ

ଅହମ୍ମଦାବାଦ୍‌,୧୧।୧୨: ଗୁଜୁରାଟ ବିଧାନସଭା ନିର୍ବାଚନ ପାଞ୍ଚଟି ଆସନ ଜିତିଥିବା ଆମ ଆଦମୀ ପାର୍ଟି(ଏଏପି)କୁ ଖୁବ ଶୀଘ୍ର ରାଜ୍ୟରେ ଝଟ୍‌କା ଲାଗିପାରେ। ଏଏପିର ୫ ବିଧାୟକଙ୍କ ମଧ୍ୟରୁ ଜଣେ ବିଧାୟକ ଶାସକ ଭାଜପାରେ ଯୋଗ ଦେଇପାରନ୍ତି। ସୂଚନାରୁ ପ୍ରକାଶ ଯେ,ଏଏପିର ନବନିର୍ବାଚିତ ବିଧାୟକ ଭୂପତ ଭାୟାନୀ ଭାଜପାକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ ଖୁବ ଶୀଘ୍ର ଭାଜପାରେ ଯୋଗ ଦେଇପାରନ୍ତି।
ଭାୟାନୀ କହିଛନ୍ତି,ତାଙ୍କ ନିର୍ବାଚନମଣ୍ଡଳୀର ଲୋକ, ତାଙ୍କ ସମର୍ଥକ ଏବଂ କୃଷକଙ୍କୁ ଭେଟିବା ପରେ ସେ ଭାଜପାରେ ଯୋଗଦେବା ପାଇଁ ନିଷ୍ପତ୍ତି ନେବେ। ଯଦି ମୋ ଅଞ୍ଚଳର ଲୋକମାନେ କୁହନ୍ତି ମୁଁ ଭାଜପାରେ ଯୋଗଦେବି। ମୁଁ ପିଲାଦିନରୁ ଆରଏସଏସ ସହ ଜଡିତ। ଏଣୁ ମୋ ବିଚାରଧାରା ସ୍ପଷ୍ଟ। ଆରଏସଏସ ଏକ ଭଲ ସଂଗଠନ।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ଭୂପତ ଭାୟାନୀ କହିଛନ୍ତି, ମୁଁ ନରେନ୍ଦ୍ର ମୋଦିଙ୍କୁ ପସନ୍ଦ କରେ। ସେ ହେଉଛନ୍ତି ଦେଶର ଗର୍ବ। ସମସ୍ତ ଗୁଜରାଟୀ ମୋଦିଙ୍କ ପାଇଁ ଗର୍ବିତ।
ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ଜୁନାଗଡ ଜିଲାର ବିଶାବଦର ନିର୍ବାଚନମଣ୍ଡଳୀରେ ଭୂପତ ଭାୟାନୀ ଭାଜପା ପ୍ରାର୍ଥୀଙ୍କୁ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri