ଜର୍ମାନୀ ପରେ ଡେନ୍‌ମାର୍କରେ ପହଞ୍ଚିଲେ ମୋଦି: ଅନେକ ଚୁକ୍ତିନାମା ହେଲା ସ୍ବାକ୍ଷରିତ

କୋପେନହାଗେନ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁରୋପ ଗ୍ରସ୍ତରେ ଅଛନ୍ତି। ଯାତ୍ରାର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡେନମାର୍କର ରାଜଧାନୀ କୋପେନହାଗେନରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ବିମାନବନ୍ଦରରେ ସ୍ବାଗତ କରାଯାଇଥିଲା। ଡେନମାର୍କର ପ୍ରଧାନମନ୍ତ୍ରୀ ମେଟ୍‌ ଫ୍ରେଡ୍ରିକ୍ସନ ନିଜେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦରରେ ପହଞ୍ଚିଥିଲେ। ଏହାପରେ ମୋଦି ଡେନମାର୍କର ପ୍ରଧାନମନ୍ତ୍ରୀ ମେଟ୍‌ ଫ୍ରେଡ୍ରିକ୍ସନଙ୍କ ବାସଭବନରେ ପହଞ୍ଚିଥିଲେ। ଏହି ସମୟରେ ୨ରାଷ୍ଟ୍ରର ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଏଥିସହ ଭାରତ ଓ ଡେନମାର୍କ ମଧ୍ୟରେ ଅନେକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିବା ଜଣାପଡ଼ିଛି। ଏହି ଚୁକ୍ତିନାମା ବିଷୟରେ ବର୍ତ୍ତମାନ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏକ ମିଳିତ ବିବୃତ୍ତି ଜାରି କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ଓ ୟୁକ୍ରେନ ଯୁଦ୍ଧ ଉପରେ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ୟୁକ୍ରେନରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯିବା ଉଚିତ। ଏହି ଆବେଦନକୁ କ୍ରମାଗତ ଭାବେ ଭାରତ କହିଆସୁଛି ବୋଲି ମୋଦି କହିଛନ୍ତି। ସୂଚନାଯୋଗ୍ୟ, ଜର୍ମାନୀ ପରି ଡେନମାର୍କରେ ମଧ୍ୟ ମୋଦିଙ୍କ ଅନେକ କାର୍ଯ୍ୟକ୍ରମ ଯୋଗଦେବେ। ଏଠାରେ ପ୍ରଧାନମନ୍ତ୍ରୀ ମୋଦି ଭାରତ-ନର୍ଡିକ ସମ୍ମିଳନୀରେ ଯୋଗଦେବେ, ଯାହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମନେକରାଯାଉଛି। ଏଥିସହ ଭାରତ-ଡେନମାର୍କ ବ୍ୟବସାୟ ଫୋରମକୁ ମୋଦି ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri