ୱାଶିଂଟନ ପହଞ୍ଚିଲେ ମୋଦି, ସ୍ୱାଗତ କଲେ ପ୍ରବାସୀ ଭାରତୀୟ

ୱାଶିଂଟନ,୨୩ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଆମେରିକା ଗସ୍ତରେ ଯାଇ ୱାଶିଂଟନରେ ପହଞ୍ଚି ସାରିଛନ୍ତି । ବୁଧବାର ସେ ତାଙ୍କର ଗସ୍ତ ଆରମ୍ଭ କରିଥିବା ବେଳେ ଭାରତୀୟ ସମୟ ଅନୁଯାୟୀ ଗୁରୁବାର ସକାଳେ ସେ ୱାଶିଂଟନ ପହଞ୍ଚି ସାରିଛନ୍ତି । ସେଠାରେ ସେ ସିଧା ପେନସିଲଭାନିୟା ସ୍ଥିତ ହୋଟେଲ ୱିଲାର୍ଡ ଇଣ୍ଟରକଣ୍ଟିନେଣ୍ଟାଲ ଅଭିମୁଖେ ଯାତ୍ରା କରିଛନ୍ତି । ୨୩ ସେପ୍ଟେମ୍ବର ଆମେରିକା ସମୟ ଅନୁସାରେ ସକାଳ ୯ଟା ୪୦ରେ ସେ ହୋଟେଲରେ ବିଭିନ୍ନ କମ୍ପାନୀର ସିଇଓଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ମୋଦି ଆମେରିକା ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କ ସହ ସାକ୍ଷାତ୍ କରିବେ । ଏହି ସାକ୍ଷାତ୍‌କାର ସମୟରେ ଦୁଇ ଦେଶ ମଧ୍ୟରେ କିଛି ମହତ୍ୱପୂର୍ଣ୍ଣ ସମ୍ବନ୍ଧରେ ଆଲୋଚନା ହେବା ସହ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ହୋଇପାରେ । ହ୍ୱାଇଟ ହାଉସରେ ସେ କମଲା ହ୍ୟାରିସଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ ମୋଦି ଅଷ୍ଟ୍ରେଲିୟା ପ୍ରଧାନମନ୍ତ୍ରୀ, ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ମଧ୍ୟ ଦ୍ୱିପାକ୍ଷିକ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri