ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର, ୨୦ା୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଭାଜପା ସରକାରର ବର୍ଷପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ମୋଦି ରାଜ୍ୟ ଗସ୍ତ କାର୍ଯ୍ୟକ୍ରମ ରଖିଛନ୍ତି। ଅପରାହ୍ନ ୩ଟା ୪୦ ମିନିଟ୍‌ରେ ସେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ । ସେଠାରେ ତାଙ୍କୁ ଉଭୟ ସରକାର ଏବଂ ଦଳୀୟ ନେତାମାନଙ୍କ ପକ୍ଷରୁ ଭବ୍ୟ ସ୍ବାଗତ ଦେବା ନେଇ ବଡ଼ ଧରଣର ଆୟୋଜନ କରାଯାଇଛି।

ଏହାପରେ ସେ ବିମାନବନ୍ଦରଠାରୁ ଆୟୋଜନ ହେବାକୁ ଥିବା ତ୍ରିରଙ୍ଗାଯାତ୍ରାରେ ସାମିଲହୋଇ କଳିଙ୍ଗ ଷ୍ଟାଡିୟମ ପର୍ଯ୍ୟନ୍ତ ଯିବେ। କଳିଙ୍ଗ ଷ୍ଟାଡିୟମଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ୍‌ ଶୋ କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରାୟ ୨ ଲକ୍ଷ ଲୋକ ସ୍ବାଗତ କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନମୋହନ କହିଛନ୍ତି, ଏହାପରେ ପ୍ରଧାନମନ୍ତ୍ରୀ ଜନତା ମଇଦାନଠାରେ ଆୟୋଜିତ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେଇ ଜନସାଧାରଣଙ୍କ ଆଗରେ ନିଜର ସମ୍ବୋଧନ ରଖିବେ। ଏହି ଅବସରରେ ସେ ୧୯ ହଜାର କୋଟି ଟଙ୍କାରେ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ଏହାସହ ୭୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ବୟୋବନ୍ଦନା କାର୍ଡ ପ୍ରଦାନ କରିବେ।

ରାଜ୍ୟର ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ଘର ନିର୍ମାଣ ଲାଗି କାର୍ଯ୍ୟାଦେଶ ପ୍ରଦାନ କରିବେ। ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ତେଣୁ କେତେଜଣ ଲକ୍ଷପତି ଦିଦିଙ୍କୁ ପ୍ରଧାନମନ୍ତ୍ରୀ ଭେଟିବା କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରାଜଧାନୀରେ ପୋଷ୍ଟର ଏବଂ ବ୍ୟାନରରେ ଛାଉଣି କରିଦିଆଯାଇଛି। ଏହାସହ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି।

ସବୁ ଛକରେ ପୋଲିସ ଫୋର୍ସ ମୁତୟନ ହୋଇସାରିଲେଣି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସରକାରୀ ଅଫିସ୍‌କୁ ହାଫ୍‌ ଡେ ଘୋଷଣା କରିଦିଆଯାଇଛି।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗୁରୁବାର ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅନ୍ତର୍ଗତ ସବୁ ସରକାରୀ କାର୍ଯ୍ୟାଳୟ ଏବଂ ରାଜସ୍ବ ଓ ମାଜିଷ୍ଟେରିଆଲ କୋର୍ଟ ହାଫ୍‌ ଡେ ଚାଲିବ। ସହରରେ ଅତ୍ୟଧିକ ଟ୍ରାଫିକ୍‌ ସମସ୍ୟା ଓ ଭିଡ଼ ଆଶଙ୍କାକରି ଏହି ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ କଟକ ଓ ଭୁବନେଶ୍ୱରର ସମସ୍ତ ସ୍କୁଲ ଛୁଟି କରିବା ନେଇ ଘୋଷଣା କରାଯାଇଛି। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଓ କଟକ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ମଧ୍ୟ ଲେଖାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜନତା ମଇଦାନଠାରେ ମଧ୍ୟ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ୧୩୩ ପ୍ଲାଟୁନ ପୋଲିସ ଫୋର୍ସ, ୫୦୦ରୁ ଅଧିକ ଅଧିକାରୀ ମୁତୟନ ହୋଇଥିବା ପୋଲିସ୍‌ କମିଶନର ଏସ୍‌ ଦେବଦତ୍ତ ସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?